ମୋ’ ଉପରେ ଚଳିବନି ଇଡି, ସିବିଆଇ ଚାପ: ରାହୁଲ

ନୂଆଦିଲ୍ଲୀ,୧୦ା୨: ଉତ୍ତରପ୍ରଦେଶରେ ଚଳିତମାସରେ ସମସ୍ତ ୭୦ଟି ବିଧାନସଭା ଆସନରେ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ମାର୍ଚ୍ଚ ୧୦ର ଏହାର ଫଳାଫଳ ଆସିବ। ବର୍ତ୍ତମାନ ଜୋର୍‌ଦାର ନିର୍ବାଚନ ପ୍ରଚାର ଚାଲିଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପରକୁ ଆକ୍ଷେପ ପ୍ରତିଆକ୍ଷେପ କରୁଛନ୍ତି। ଏପରିକି ଦିଲ୍ଲୀର ବଡ଼ ନେତାମାନେ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଇଛନ୍ତି। ଏହି ପର୍ଯ୍ୟାୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ନିର୍ବାଚନ ପ୍ରଚାର ପାଇଁ ହରିଦ୍ୱାରରେ ପହଞ୍ଚିଥିଲେ।

ହରିଦ୍ୱାର ଜିଲ୍ଲାର ମାଙ୍ଗାଲୋରରେ କଂଗ୍ରେସ ପ୍ରାର୍ଥୀ କାଜି ନିଜାମୁଦ୍ଦିନଙ୍କ ସପକ୍ଷରେ ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରି ରାହୁଲ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସାକ୍ଷାତକାରରେ କହିଥିଲେ, ରାହୁଲ କିଛି ଶୁଣନ୍ତି ନାହିଁ। ଆଜି ମୁଁ ଆପଣଙ୍କୁ ଏହି କଥାର ଅର୍ଥ ବୁଝାଇବି। ଏହାର ଅର୍ଥ ମୋ’ ଉପରେ ଇଡି ଏବଂ ସିବିଆଇର ଚାପ କାମ କରୁନାହିଁ। ତେଣୁ ପ୍ରଧାନମନ୍ତ୍ରୀ ମୋତେ ଏମିତି କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ପ୍ରଧାନମନ୍ତ୍ରୀ ଭାବନ୍ତି ସମସ୍ତେ ତାଙ୍କୁ ଭୟ କରନ୍ତି, କିନ୍ତୁ ସେ ତାଙ୍କୁ ଭୟ କରନ୍ତି ନାହିଁ। ଅପରପକ୍ଷେ, ତାଙ୍କର ଅହଂକାର ଦେଖି ମୋତେ ହସ ଲାଗେ। ଦେଶକୁ କୋଟିପତି ଏବଂ ଗରିବଙ୍କ ଦୁଇ ଭାଗରେ ବିଭକ୍ତ କରିବାର ଦାୟିତ୍ୱକୁ ଦୋହରାଇ ସେ କହିଛନ୍ତି, ବିମୁଦ୍ରୀକରଣ ଏବଂ ଭୁଲ୍‌ ଜିଏସ୍‌ଟି ଭଳି ନିଷ୍ପତ୍ତି କାର୍ଯ୍ୟକାରୀ କରି ପ୍ରଧାନମନ୍ତ୍ରୀ କ୍ଷୁଦ୍ର ବ୍ୟବସାୟୀ, ଦୋକାନୀ, କୃଷକ ଏବଂ ଶ୍ରମିକଙ୍କୁ ବରବାଦ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri