Posted inଜାତୀୟ

ଶାହାଙ୍କ ଇସ୍ତଫା ଦାବି କଲେ ରାହୁଲ

ନୂଆଦିଲ୍ଲୀ,୨୩ ।୭: ପେଗାସସ ମାମଲାକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦାବି କରିଛନ୍ତି ଯେ ତାଙ୍କ ଫୋନ୍ ଟ୍ୟାପ୍ କରାଯାଇଛି । ସେ କହିଛନ୍ତି ଏହା କେବଳ ମୋ ମାମଲା ନୁହେଁ ବରଂ ଜନତାଙ୍କ ସ୍ୱର ଉପରେ ଆକ୍ରମଣ । ଏହାସହ ସେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଇସତଫା ଦାବି କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଚାର ବିଭାଗୀୟ ତଦନ୍ତ ହେଉ ବୋଲି କହିଛନ୍ତି । ରାହୁଲ ଆହୁରି ମଧ୍ୟ କହିଛନ୍ତି ପେଗାସସ ହେଉଛି ଏକ ଅସ୍ତ୍ର । ଇସ୍ରାଏଲ ସରକାର ଏହାକୁ ଅସ୍ତ୍ର ବୋଲି କହୁଛନ୍ତି । ଏହା ଆତଙ୍କବାଦୀ ଓ ଅପରାଧିଙ୍କ ପାଇଁ ବ୍ୟବହାର କରାଯାଇଥାଏ । ପ୍ରଧାନମନ୍ତ୍ରୀ ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଏହି ଅସ୍ତ୍ରକୁ ହିନ୍ଦୁସ୍ତାନର ସଂସ୍ଥା ଓ ଲୋକତନ୍ତ୍ର ବିରୋଧରେ ପ୍ରୟୋଗ କରିଛନ୍ତି ମୋ ଫୋନ୍ ଟ୍ୟାପ କରାଯାଇଛି । ସୁପ୍ରିମକୋର୍ଟ ଓ ରାଫେଲ ମାମଲାର ଯାଞ୍ଚକୁ ରୋକିବାକୁ ପେଗାସସର ପ୍ରୟୋଗ କରାଯାଇଛି । ତେଣୁ ସ୍ୱରାଷ୍ଟ୍ରମନ୍ତ୍ରୀ ଇସ୍ତଫା ଦେବା ଦରକାର ଓ ପ୍ରଧାନମନ୍ତ୍ରୀଙ୍କ ଉପରେ ବିଚାର ବିଭାଗୀୟ ଯାଞ୍ଚ ହେବା ଜରୁରୀ । କାରଣ ଏମାନେ ହିଁ ଏହାର ଅଥରାଇଜେଶନ ଦେଇପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri