Posted inଜାତୀୟ

ମାତ୍ର ୩୫ ମିନିଟ୍‌ରେ ୨ଥର ସୁରକ୍ଷାରେ ତ୍ରୁଟି: ରାହୁଲ ଗାନ୍ଧୀଙ୍କୁ ମିଳିପାରୁନି କଡ଼ା ସିକ୍ୟୁରିଟି

ନୂଆଦିଲ୍ଲୀ,୧୭।୧: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ବର୍ତ୍ତମାନ ପଞ୍ଜାବରେ ଜାରି ରହିଛି। ଏଠାକୁ ପହଞ୍ଚିବା ପୂର୍ବରୁ ରାହୁଲଙ୍କୁ ୨ଥର ଯାତ୍ରା ବନ୍ଦ କରିବାକୁ ଧମକ ମଧ୍ୟ ମିଳିସାରିଛି। ଏଭଳି ପରିସ୍ଥିତିରେ ତାଙ୍କ ସୁରକ୍ଷା ଅନ୍ୟ ରାଜ୍ୟ ଅପେକ୍ଷାଠାରୁ ଅଧିକ କଡ଼ାକଡ଼ି ହେବା ଉଚିତ। କିନ୍ତୁ ପଞ୍ଜାବରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ମଙ୍ଗଳବାର ପଞ୍ଜାବର ହୋଶିଆରପୁର ଗସ୍ତ ସମୟରେ ମାତ୍ର ୩୫ମିନିଟ୍‌ରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ସୁରକ୍ଷାରେ ତ୍ରୁଟି ହୋଇଥିବା ଦୁଇଟି ମାମଲା ସାମ୍ନାକୁ ଆସିଛି। ଉଭୟ ଘଟଣା ହୋଶିଆରପୁରରେ ଘଟିଛି। ପ୍ରଥମ ଘଟଣା ସକାଳ ୮ଟା ୫ରେ ଏବଂ ଦ୍ୱିତୀୟ ଘଟଣା ୩୫ମିନିଟ୍‌ ପରେ ଅର୍ଥାତ୍‌ ସକାଳ ୮ଟା ୪୦ରେ ହୋଇଥିଲା। ପ୍ରଥମ ଘଟଣାରେ ଜଣେ ଯୁବକ ରାହୁଲ ଗାନ୍ଧୀଙ୍କ ତିନି ସ୍ତରୀୟ ସୁରକ୍ଷା କର୍ଡନ ଭାଙ୍ଗିବାରେ ସଫଳ ହୋଇଥିଲେ। ଅନ୍ୟପକ୍ଷରେ, ଦ୍ୱିତୀୟ ଥର ପାଇଁ ଚା’ ବିରତି ପରେ ବସି ଗାଁର ଚାଷୀମାନେ ହଟ ଢ଼ାବା ଛାଡିବା ମାତ୍ରେ ଜଣେ ବ୍ୟକ୍ତି ଦୌଡ଼ି ଆସି ରାହୁଲଙ୍କୁ ଆଲିଙ୍ଗନ କରିଥିଲେ। ଏହାପରେ ରାହୁଲଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri