Posted inଜାତୀୟ

‘କଂଗ୍ରେସର ଅଧ୍ୟକ୍ଷ ହେବା କେବଳ ଏକ ପଦବୀ ନୁହେଁ, ବରଂ ବିଶ୍ୱାସର ପ୍ରତୀକ’

ନୂଆଦିଲ୍ଲୀ,୨୨।୯: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ପ୍ରକ୍ରିୟା ସେପ୍ଟେମ୍ବର ୨୪ରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଦଳର ନେତା ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦ ଦୌଡ଼ରେ ଜଡିତ ନେତାମାନଙ୍କୁ ଉପଦେଶ ଦେଇଛନ୍ତି। ଭାରତ ଯୋଡୋ ଯାତ୍ରାରେ ଥିବା ରାହୁଲ ଗୁରୁବାର କହିଛନ୍ତି, କଂଗ୍ରେସର ଅଧ୍ୟକ୍ଷ ହେବା କେବଳ ଏକ ପଦବୀ ନୁହେଁ ବରଂ ଏହା ବିଶ୍ୱାସର ପ୍ରତୀକ। ଏହା ଭାରତର ଦର୍ଶନକୁ ପ୍ରତିପାଦିତ କରେ। ଯେଉଁମାନେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ସେମାନଙ୍କ ପାଇଁ ମୋର ପରାମର୍ଶ ହେଉଛି ଆପଣ ଯେଉଁ ପଦବୀ ପାଇବାକୁ ଯାଉଛନ୍ତି ତାହା ଐତିହାସିକ। ଏହା କେବଳ ଏକ ସଂଗଠନର ପଦବୀ ନୁହେଁ ବରଂ ଏକ ଆଦର୍ଶଗତ ପଦବୀ, ଯାହା ଏକ ବିଶ୍ୱାସକୁ ପ୍ରତିପାଦିତ କରେ।
ରାହୁଲ ଆହୁରି ମଧ୍ୟ କହିଛନ୍ତି, ଆମେ ସମସ୍ତେ ରାଜସ୍ଥାନର ଉଦୟପୁରରେ ଗୋଟିଏ ପ୍ରତିଜ୍ଞା କରିଥିଲୁ, ତାହା ହେଉଛି ଗୋଟିଏ ବ୍ୟକ୍ତି ଓ ଗୋଟିଏ ପୋଷ୍ଟ। ଆମର ଆଶା ସମସ୍ତେ ଏହି ନିୟମ ପାଳନ କରିବେ।
କଂଗ୍ରେସ ଅଧ୍ୟକ୍ଷ ଦୌଡରେ ସର୍ବାଗ୍ରେ ଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ‘ଡବଲ ରୋଲ’ ସର୍ତ୍ତକୁ ଏହା ରାହୁଲଙ୍କ କଡ଼ା ଜବାବ ବୋଲି କୁହାଯାଉଛି। ଗୋଟିଏ ଦିନ ପୂର୍ବରୁ ଗେହଲଟ କହିଥିଲେ, ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ମଧ୍ୟ ସେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦ ଛାଡିବେ ନାହିଁ।
ସୂଚନାଯୋଗ୍ୟ, ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁଯାୟୀ, ଯେକୌଣସି ନେତା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ସେପ୍ଟେମ୍ବର ୨୪ ରୁ ୨୦ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ। ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଅକ୍ଟୋବର ୮ ହେବ। ଅଧ୍ୟକ୍ଷ ପଦ ପାଇଁ ଏକରୁ ଅଧିକ ପ୍ରାର୍ଥୀ ଥିଲେ ଅକ୍ଟୋବର ୧୭ରେ ସମସ୍ତ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ରାଜ୍ୟ କଂଗ୍ରେସର ପ୍ରତିନିଧୀମାନେ ଭୋଟ ଦେବେ। ଭୋଟ ଗଣନା ଅକ୍ଟୋବର ୧୯ରେ ହୋଇ ଫଳାଫଳ ଘୋଷଣା କରାଯିବ। ବର୍ତ୍ତମାନ ପର୍ଯ୍ୟନ୍ତ ଅଧ୍ୟକ୍ଷ ପଦ ଦୌଡରେ ଅଶୋକ ଗେହଲୋଟ, ଶଶି ଥରୁର, ଦିଗବିଜୟ ସିଂଙ୍କ ଭଳି ନେତାଙ୍କ ନାମ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?