Posted inଜାତୀୟ

ରାହୁଲ ଗାନ୍ଧୀଙ୍କୁ ଅତିକମରେ ୫ ବର୍ଷ ଦଣ୍ଡ ମିଳିବା ଉଚିତ୍‌: ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ

ଲକ୍ଷ୍ନୌ,୯।୭: ଗୁଜରାଟ ହାଇକୋର୍ଟ ‘ମୋଦି ଉପନାମ’ ସହିତ ଜଡିତ ଅପରାଧିକ ମାନହାନୀ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ଦେବାକୁ ମନା କରି ଦେଇଛନ୍ତି। ରାହୁଲ ଗାନ୍ଧୀ ପୁନଃର୍ବିଚାର ମାମଲା ହାଇକୋର୍ଟରେ ଖାରଜ ହେବା ପରେ ପଦ୍ମଭୂଷଣ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ମହାରାଜ ଗୁଜରାଟ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି। ରାମଭଦ୍ରାଚାର୍ଯ୍ୟ ମହାରାଜ କହିଛନ୍ତି, ଗୁଜରାଟ ହାଇକୋର୍ଟଙ୍କ ନିଷ୍ପତ୍ତି ଇତିହାସର ପୁନରାବୃତ୍ତି ଘଟାଇଛି। ନିର୍ବାଚନରେ ଜାଲିଆତି କରି ଇନ୍ଦିରା ଗାନ୍ଧୀଙ୍କୁ ଆହ୍ଲାବାଦ ହାଇକୋର୍ଟ ଦଣ୍ଡିତ କରିଥିଲେ। ପୁଣିଥରେ ତାଙ୍କ ନାତି ଗୁଜରାଟ ହାଇକୋର୍ଟରୁ ଏକ ଝଟ୍‌କା ପାଇଛନ୍ତି। ରାହୁଲଙ୍କୁ କମ ଦଣ୍ଡ ଦିଆଯାଇଛି। ରାହୁଲ ଗାନ୍ଧୀଙ୍କୁ ଅତି କମରେ ପାଞ୍ଚ ବର୍ଷ ଦଣ୍ଡିତ କରାଯିବା ଉଚିତ୍‌। ତାଙ୍କୁ ସୁପ୍ରିମକୋର୍ଟରୁ ଆରାମ ମିଳିବାର କୌଣସି ଆଶା ନାହିଁ ବୋଲି ସେ କହିଛନ୍ତି।
ସୁପ୍ରିମକୋର୍ଟ,୨୦୧୯ ଲୋକ ସଭା ନିର୍ବାଚନ ବେଳେ ରାହୁଲ ଗାନ୍ଧୀ ‘ମୋଦି ଉପନାମ’ ଉପରେ ଏକ ବିବୃତ୍ତି ଦେଇଥିଲେ। ଏନେଇ ଭାଜପା ବିଧାୟକ ପୂର୍ଣ୍ଣେଶ ମୋଦି ଏକ ମାମଲା ରୁଜୁ କରିଥିଲେ। ଏହି ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଏହା ପରେ ମାର୍ଚ୍ଚ ୨୪ରେ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ବାତିଲ କରାଯାଇଥିଲା। ରାହୁଲ ଗାନ୍ଧୀ ସୁରଟ ସେସନ୍ସ କୋର୍ଟର ନିଷ୍ପତ୍ତି ବିରୋଧରେ ଗୁଜରାଟ ହାଇକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ ମଧ୍ୟ ତାଙ୍କ ଆଶ୍ୱସ୍ତି ମିଳିନାହିଁ। ଏହା ପରେ ହାଇକୋର୍ଟରେ ଏହାର ନିଷ୍ପତ୍ତିକୁ ପୁନର୍ବିଚାର କରିବାକୁ ଆବେଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?