Posted inଜାତୀୟ

ରାହୁଲଙ୍କ ପ୍ରଶ୍ନ: ମହାମାରୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ‘ପ୍ରିୟ ବନ୍ଧୁ’ଙ୍କ ସମ୍ପତ୍ତି କେମିତି ବଢିଲା ୮ ଗୁଣା

ନୂଆଦିଲ୍ଲୀ,୨୨।୧: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ଟୁଇଟ୍‌ ଯୋଗେ ମହାମାରୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ‘ପ୍ରିୟ ବନ୍ଧୁ’ର ସମ୍ପତ୍ତି କିପରି ୮ ଗୁଣ ବୃଦ୍ଧି ପାଇଲା? ଗୋଟିଏ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ‘ପ୍ରିୟ ବନ୍ଧୁ’ର ସମ୍ପତ୍ତି ୪୬% କେମିତି ବୃଦ୍ଧି ପାଇଲା ବୋଲି ରାହୁଲ ପ୍ରଶ୍ନ କରିଛନ୍ତି। ଗଣମାଧ୍ୟମ ଜନସାଧାରଣଙ୍କ ଦୃଷ୍ଟି ଆକର୍ଷଣ କରିବାରେ ଲାଗିଛି, ପ୍ରଧାନମନ୍ତ୍ରୀଙ୍କ ‘ବନ୍ଧୁମାନେ’ ପକେଟ ମାର୍‌ କରିଚାଲିଛନ୍ତି। ଗରିବଙ୍କ ରୋଜଗାର ‘ବନ୍ଧୁମାନେ’ ଚୋରି କରିଥିଲେ ରାହୁଲ କହିଛନ୍ତି।
ସୂଚନାଯୋଗ୍ୟ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ ଭାରତ ଯୋଡୋ ଯାତ୍ରା ଅଧୀନରେ ଜମ୍ମୁ କଶ୍ମୀରରେ ଅଛନ୍ତି। ରାହୁଲ ରବିବାର ଦିନ ପ୍ରାୟ ୨୫ କିଲୋମିଟର ଦୂରତା ଅତିକ୍ରମ କରିବା ପରେ ‘ଭାରତ ଯାତ୍ରୀ’ ଚକ ନାନକରେ ରାତିରେ ବିଶ୍ରାମ ନେବେ। ସୋମବାର ସକାଳେ ସେ ସାମ୍ବାରେ ବିଜୟପୁରରୁ ଜମ୍ମୁ ଅଭିମୁଖେ ଯାତ୍ରା କରିବେ। ତାମିଲନାଡୁର କନ୍ୟାକୁମାରୀ ଠାରୁ ୭ ସେପ୍ଟେମ୍ବର ୨୦୨୨ରେ ଆରମ୍ଭ ହୋଇଥିବା ଭାରତ ଯୋଡୋ ଯାତ୍ରା ୨୦୨୩ ଜାନୁୟାରୀ ୨୦ରେ ଶ୍ରୀନଗରରେ ଶେଷ ହେବ। ରାହୁଲ ଗାନ୍ଧୀ ସେଠାରେ କଂଗ୍ରେସ ମୁଖ୍ୟାଳୟରେ ତ୍ରିରଙ୍ଗା ଉତ୍ତୋଳନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri