Posted inଜାତୀୟ

‘ଆମେ ନରେନ୍ଦ୍ର ମୋଦିଙ୍କୁ ଡରିନାହୁଁ, ଯାହା କରିବାର ଅଛି କର’

ନୂଆଦିଲ୍ଲୀ,୪।୮: ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟକୁ ସିଲ କରାଯିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ‘ଶୁଣ, ଆମେ ନରେନ୍ଦ୍ର ମୋଦିଙ୍କୁ ଭୟ କରୁନାହୁଁ। ଯାହା କରିବାର ଅଛି, ତାହା କର। କିଛି ଫରକ ପଡ଼ିବ ନାହିଁ। କିଛି ମିଳିବ ନାହିଁ। ତୁମେ ଯାହା କରିବାକୁ ଚାହୁଁଛ ତାହା କର। ଦେଶକୁ ସୁରକ୍ଷା ଦେବା, ଗଣତନ୍ତ୍ରର ସୁରକ୍ଷା, ଦେଶର ସମନ୍ବୟ ରକ୍ଷା କରିବା ମୋର କାମ ଏବଂ ମୁଁ ଏହା ଜାରି ରଖିବି।
ସୂଚନାଯୋଗ୍ୟ, ନୂଆଦିଲ୍ଲୀର ବାହାଦୂରଶାହ ଜାଫର ମାର୍ଗରେ ଥିବା ହେରାଲ୍ଡ ହାଉସ୍‌ର ୟଙ୍ଗ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିଃ ଅଫିସରେ ମଙ୍ଗଳବାର ଇଡି ଅଧିକାରୀମାନେ ଚଢ଼ାଉ କରିଥିଲେ। ବୁଧବାର ଉକ୍ତ ଅଫିସକୁ ସେମାନେ ସିଲ୍‌ କରିଥିବା ନେଇ ସେଠାରେ ଏକ ଅର୍ଡର ଛାପିଛନ୍ତି। ଇଡିର ବିନା ଅନୁମତିରେ ଉକ୍ତ ପରିସରକୁ ଖୋଲାଯାଇପାରିବ ନାହିଁ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି। ଏନେଇ ଜଣେ ଇଡି ଅଧିକାରୀ କହିଛନ୍ତି, ହେରାଲ୍ଡ ଅଧିକାରୀମାନଙ୍କୁ ଆମେ ସହଯୋଗ ପାଇଁ ଡାକିଥିଲୁ। କିନ୍ତୁ ସେମାନେ ତଲାସିରେ ସହଯୋଗ କରି ନ ଥିଲେ। ଅନ୍ୟ କୌଣସି ବିକଳ୍ପ ନ ପାଇ ଆମେ ଏହାକୁ ସିଲ୍‌ କରିଛୁ। ଯେପରି ପ୍ରମାଣ ନଷ୍ଟ ନ ହେବ ସେଥିଲାଗି ଏହି ପଦକ୍ଷେପ ନିଆଯାଇଛି। ନିକଟରେ ଇଡି ପକ୍ଷରୁ ସୋନିଆ ଓ ତାଙ୍କ ପୁଅ ରାହୁଲ ଗାନ୍ଧୀଙ୍କୁ ଏକାଧିକ ପର୍ଯ୍ୟାୟରେ ଜେରା କରାଯାଇଥିଲା। ଅଫିସ ସିଲ୍‌କୁ ନେଇ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ କହିଛନ୍ତି, ବିରୋଧୀ ଦଳକୁ ଟାର୍ଗେଟ କରିବା ପାଇଁ କେନ୍ଦ୍ର ସରକାର ଏପରି କରିଛନ୍ତି। ଏଭଳି ରାଜନୈତିକ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ଆମେ ନିନ୍ଦା କରୁଛୁ। ମୋଦି ସରକାର ଆମ ମୁହଁ ବନ୍ଦ କରିପାରିବେ ନାହିଁ ବୋଲି ସେ ଟୁଇଟ୍‌ କରିଛନ୍ତି। ଇତିମଧ୍ୟରେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବା ଆଶଙ୍କାରେ ଦିଲ୍ଲୀ ପୋଲିସ ସୋନିଆଙ୍କ ଘର ବାହାରେ ଏବଂ ଏଆଇସିସି ମୁଖ୍ୟାଳୟ ରାସ୍ତାରେ ବ୍ୟାରିକେଡ୍‌ କରିଛି। ଏହାର ରହସ୍ୟ କ’ଣ ବୋଲି ଜୟରାମ ରମେଶ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri