କେମ୍ବ୍ରିଜରେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ/ଲଣ୍ଡନ,୩ ।୩: କଂଗ୍ରେସ ନେତା ତଥା ୱାୟନାଡ ଏମପି ରାହୁଲ ଗାନ୍ଧୀ ଏବେ ଲଣ୍ଡନ ଗସ୍ତରେ ଅଛନ୍ତି । ସେଠାରେ ସେ କେମ୍ବ୍ରିଜ ବିଶ୍ୱିଦ୍ୟାଳୟର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ସେ ଭାରତର ମୋଦି ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ରାହୁଲ ଗାନ୍ଧୀ ଭାରତରେ ବିଭିନ୍ନ ସଂସ୍ଥା ନିୟନ୍ତ୍ରଣରେ ଥିବା କହିଛନ୍ତି । ଏହାସହ ତାଙ୍କ ଫୋନରୁ ଗୁପ୍ତ ତଥ୍ୟ ଚୋରାଇବା କାମ ହୋଇଛି ବୋଲି ସେ ଅଭିଯୋଗ କରିଛନ୍ତି ।

ରାହୁଲ ଗାନ୍ଧୀ କେମ୍ବ୍ରିଜରେ ବିଜନେସ ସ୍କୁଲର ଛାତ୍ରଙ୍କୁ ସମ୍ବୋଧିତ କରି କହିଛନ୍ତି, ଭାରତରେ ମିଡିଆ ଓ ନ୍ୟାୟପାଳିକା ନିୟନ୍ତ୍ରଣରେ ରହିଛି । ମୋ ଫୋନରେ ପେଗାସସରେ ଗୁପ୍ତଚର ହେଉଛି । ଗୁଇନ୍ଦା ଅଧିକାରୀମାନେ ମୋତେ କହିଥିଲେ କି ଆପଣଙ୍କ ଫୋନ ରେକର୍ଡ କରାଯାଉଛି, ମୋ ଉପରେ ଆପରାଧିକ ମାମଲା କରାଯାଉଛି ।
ରାହୁଲ ଗାନ୍ଧୀ କହିଛନ୍ତି, ଆମେ ଏମିତି ବିଶ୍ୱ ଦେଖିପାରିବୁ ନାହିଁ ଯାହା ଲୋକତାନ୍ତ୍ରିକ ମୂଲ୍ୟ ସହ ଯୋଡି ହୋଇ ନ ଥିବ । ରାହୁଲ ଗାନ୍ଧୀଙ୍କ ସମ୍ବୋଧନର ବିଷୟ ଥିଲା ‘ ଲର୍ନିଂ ଟୁ ଲିସେନ ଇନ ଇନ ୨୧ ସେଞ୍ଚୁରି’ । ଏହି ସମୟରେ ରାହୁଲ କହିଥିଲେ, ବିଶ୍ୱରେ ଲୋକତାନ୍ତ୍ରିକ ମୂଲ୍ୟକୁ ଆଗକୁ ନେବାକୁ ନୂଆ ଚିନ୍ତାଧାରାର ଆବଶ୍ୟକତା ରହିଛି । ସେ ଆହୁରି ମଧ୍ୟ କହିଛନ୍ତି ଏହାକୁ କାହା ଉପରେ ଥୋପି ଦିଆ ନ ଯାଉ ।
କଂଗ୍ରେସ ନେତା ଭାରତ ଓ ଆମେରିକା ଭଳି ଲୋକତାନ୍ତ୍ରିକ ଦେଶରେ ନିର୍ମାଣ କ୍ଷେତ୍ରରେ ହ୍ରାସ କଥା ଉଠାଇଥିଲେ । ସେ କହିଛନ୍ତି, ଏହି ପରିବର୍ତ୍ତନ ବୃହତ୍ତ ଅସମାନତା ଏବଂ ଅସନ୍ତୋଷ ଆଣିଦେଇଛି, ଯାହାକୁ ତୁରନ୍ତ ଧ୍ୟାନ ଏବଂ ସଂଳାପର ଆବଶ୍ୟକତା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri