Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓରେ ଜଣେ ଛାତ୍ରୀ ସେଲ୍‌ଫି ନେବା ପରେ ହଠାତ୍ ରାହୁଲ ଗାନ୍ଧୀଙ୍କ ଗାଲରେ କିସ୍‌ କରୁଥିବା ଦେଖାଯାଉଛି । ଏହି ଘଟଣା ପୁଣେରେ ଆୟୋଜିତ ଯୁବପିଢ଼ିଙ୍କ କାର୍ଯ୍ୟକ୍ରମ ‘ଛାତ୍ରଙ୍କ ଗୁଞ୍ଜ’ ସମୟରେ ଘଟିଥିବା ଜଣାପଡ଼ିଛି।

ଭାଇରାଲ ଭିଡିଓରେ ରାହୁଲ ଗାନ୍ଧୀ ମଞ୍ଚ ଉପରେ ଅନ୍ୟମାନଙ୍କ ସହ ସେଲ୍‌ଫି ନେଉଥିବା ଦେଖାଯାଉଛି। ଏହି ସମୟରେ ଜଣେ ଯୁବତୀ ତାଙ୍କ ନିକଟକୁ ଆସି ସେଲ୍‌ଫି ନେବା ପରେ ହଠାତ୍ ତାଙ୍କ ଗାଲରେ କିସ୍‌ କରିଥିଲେ। ଏହାପରେ ରାହୁଲ ଗାନ୍ଧୀ କିଛି ସମୟ ଛାତ୍ରୀଙ୍କ ସହ କଥା ହୋଇଥିଲେ । ପରେ ସୁରକ୍ଷାକର୍ମୀଙ୍କ ସହ ମଞ୍ଚରୁ ତଳକୁ ଚାଲିଯାଇଥିଲେ।ଘଟଣାର ଭିଡିଓ ‘ଏକ୍ସ’ରେ ସେୟାର ହେବା ପରେ ଦ୍ରୁତଗତିରେ ଭାଇରାଲ ହୋଇଥିଲା। କିଛି ସୋସିଆଲ ମିଡିଆ ୟୁଜର ଏହାକୁ ‘କ୍ୟୁଟ୍ ମୋମେଣ୍ଟ’ ବୋଲି କହିଥିବା ବେଳେ, ଆଉ କିଛି ଲୋକ ଛାତ୍ରୀଙ୍କ ଆତ୍ମବିଶ୍ୱାସ ଓ ସ୍ୱାଭାବିକ ବ୍ୟବହାର ସହ ଏହି ଘଟଣାକୁ ଯୋଡ଼ିଛନ୍ତି।

ରାହୁଲ ଗାନ୍ଧୀଙ୍କ ପୁଣେ ଗସ୍ତ କେବଳ ଏହି ଭାଇରାଲ ଭିଡିଓ ପାଇଁ ଚର୍ଚ୍ଚାରେ ନାହିଁ। ‘ଛାତ୍ରଙ୍କ ଗୁଞ୍ଜ’ କାର୍ଯ୍ୟକ୍ରମରେ ସେ ମହିଳା, ଯୁବପିଢ଼ି ଏବଂ ସାମାଜିକ ବ୍ୟବସ୍ଥା ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ନିଜ ମତ ରଖିଥିଲେ। କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ଜନ୍ତରମନ୍ତରରେ ହୋଇଥିବା ଛାତ୍ର ଆନ୍ଦୋଳନର ମଧ୍ୟ ଉଲ୍ଲେଖ କରିଥିଲେ। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିଥିଲେ । ତାଙ୍କ ବୟାନକୁ ନେଇ ଭାଜପା ଓ କଂଗ୍ରେସ ମଧ୍ୟରେ ରାଜନୈତିକ ବାକ୍‌ଯୁଦ୍ଧ ମଧ୍ୟ ଆରମ୍ଭ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri