Posted inଜାତୀୟ

ସରେଣ୍ଡର କଲେ ରାହୁଲ ଗାନ୍ଧୀ, କୋର୍ଟରେ କଲେ…ରାଜନୀତିରେ ଚହଳ

ନୂଆଦିଲ୍ଲୀ,୧୫।୭: କଂଗ୍ରେସ ଏମପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ଲକ୍ଷ୍ନୌର ଏମପି-ବିଧାୟକଙ୍କ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଭାରତୀୟ ସେନା ଉପରେ ଦିଆଯାଇଥିବା କଥିତ ମାନହାନି ମନ୍ତବ୍ୟ ସହିତ ଜଡିତ ଏକ ମାନହାନି ମାମଲା ଅଧୀନରେ ଏହି ଆତ୍ମସମର୍ପଣ କରିଥିଲେ। କୋର୍ଟରେ ଆତ୍ମସମର୍ପଣ କରିବା ପରେ ତୁରନ୍ତ ରାହୁଲ ଗାନ୍ଧୀଙ୍କ ଓକିଲ ଜାମିନ ଆବେଦନ କରିଥିଲେ, ଯାହାକୁ କୋର୍ଟ ଗ୍ରହଣ କରିଥିଲେ ଏବଂ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା।

୧୬ ଡିସେମ୍ବର ୨୦୨୨ର, ଯେତେବେଳେ ଭାରତ ଯୋଡୋ ଯାତ୍ରା ସମୟରେ ରାହୁଲ ଗାନ୍ଧୀ ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ଗଲୱାନ ଉପତ୍ୟକା ସଂଘର୍ଷକୁ ଉଲ୍ଲେଖ କରି ଅଭିଯୋଗ କରିଥିଲେ ଯେ, “ଚାଇନା ସୈନିକମାନେ ଆମର ସୈନିକମାନଙ୍କୁ ହତ୍ୟା କରୁଛନ୍ତି, କିନ୍ତୁ ଗଣମାଧ୍ୟମ ସେମାନଙ୍କୁ ପ୍ରଶ୍ନ କରୁନାହିଁ।” ସେତେବେଳେ ଏହି ବୟାନକୁ ସେନା ପ୍ରତି ଅପମାନଜନକ ବୋଲି ବର୍ଣ୍ଣନା କରାଯାଇଥିଲା।

ଭାରତୀୟ ସେନା ଡିସେମ୍ବର ୧୨ ରେ ଏକ ବିବୃତ୍ତି ଜାରି କରି ସ୍ପଷ୍ଟ କରିଥିଲା ଯେ ଚୀନ ସୈନିକମାନେ ଭାରତୀୟ ସୀମାରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରିଥିଲେ, ଯାହାର କଡ଼ା ଜବାବ ଭାରତୀୟ ସେନା ଦେଇଥିଲା। ଏହା ପରେ, ଚୀନ ସୈନିକମାନେ ଫେରି ଆସିଥିଲେ ଏବଂ ସଂଘର୍ଷରେ ଉଭୟ ପକ୍ଷ ସାମାନ୍ୟ ଆହତ ହୋଇଥିଲେ।

ସୀମା ସଡ଼କ ସଂଗଠନ (BRO)ର ଅବସରପ୍ରାପ୍ତ ନିର୍ଦ୍ଦେଶକ ଉଦୟ ଶଙ୍କର ଶ୍ରୀବାସ୍ତବ ସେନା ଉପରେ ଦେଇଥିବା ଏହି ବୟାନକୁ ନେଇ ରାହୁଲ ଗାନ୍ଧୀଙ୍କ ବିରୋଧରେ କୋର୍ଟରେ ଅଭିଯୋଗ ଦାଖଲ କରିଛନ୍ତି। ଅଭିଯୋଗରେ କୁହାଯାଇଛି ଯେ ରାହୁଲ ଗାନ୍ଧୀ ଭାରତୀୟ ସେନାର ଛବି ନଷ୍ଟ କରିବା ଉଦ୍ଦେଶ୍ୟରେ ଜାଣିଶୁଣି ମିଥ୍ୟା ଏବଂ ମାନହାନିଜନକ ବୟାନ ଦେଇଛନ୍ତି।

ଲକ୍ଷ୍ନୌର ଏମପି-ବିଧାୟକ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଏହି ମାମଲାରେ ଅଭିଯୁକ୍ତ ଭାବରେ ବିଚାର କରି ସମନ କରିଥିଲେ। ସେ ମଙ୍ଗଳବାର କୋର୍ଟରେ ଆତ୍ମସମର୍ପଣ କରିଥିଲେ ଏବଂ ଜାମିନ ପାଇଥିଲେ। ବର୍ତ୍ତମାନ ଏହି ମାମଲାର ପରବର୍ତ୍ତୀ ଶୁଣାଣିର ତାରିଖ କୋର୍ଟ ଦ୍ୱାରା ର୍ନିଣ୍ଣୟ କରାଯିବ, ଯେଉଁଥିରେ ପକ୍ଷମାନଙ୍କ ଯୁକ୍ତି ଶୁଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri