Posted inଜାତୀୟ

ସରେଣ୍ଡର କଲେ ରାହୁଲ ଗାନ୍ଧୀ, କୋର୍ଟରେ କଲେ…ରାଜନୀତିରେ ଚହଳ

ନୂଆଦିଲ୍ଲୀ,୧୫।୭: କଂଗ୍ରେସ ଏମପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ଲକ୍ଷ୍ନୌର ଏମପି-ବିଧାୟକଙ୍କ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଭାରତୀୟ ସେନା ଉପରେ ଦିଆଯାଇଥିବା କଥିତ ମାନହାନି ମନ୍ତବ୍ୟ ସହିତ ଜଡିତ ଏକ ମାନହାନି ମାମଲା ଅଧୀନରେ ଏହି ଆତ୍ମସମର୍ପଣ କରିଥିଲେ। କୋର୍ଟରେ ଆତ୍ମସମର୍ପଣ କରିବା ପରେ ତୁରନ୍ତ ରାହୁଲ ଗାନ୍ଧୀଙ୍କ ଓକିଲ ଜାମିନ ଆବେଦନ କରିଥିଲେ, ଯାହାକୁ କୋର୍ଟ ଗ୍ରହଣ କରିଥିଲେ ଏବଂ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା।

୧୬ ଡିସେମ୍ବର ୨୦୨୨ର, ଯେତେବେଳେ ଭାରତ ଯୋଡୋ ଯାତ୍ରା ସମୟରେ ରାହୁଲ ଗାନ୍ଧୀ ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ଗଲୱାନ ଉପତ୍ୟକା ସଂଘର୍ଷକୁ ଉଲ୍ଲେଖ କରି ଅଭିଯୋଗ କରିଥିଲେ ଯେ, “ଚାଇନା ସୈନିକମାନେ ଆମର ସୈନିକମାନଙ୍କୁ ହତ୍ୟା କରୁଛନ୍ତି, କିନ୍ତୁ ଗଣମାଧ୍ୟମ ସେମାନଙ୍କୁ ପ୍ରଶ୍ନ କରୁନାହିଁ।” ସେତେବେଳେ ଏହି ବୟାନକୁ ସେନା ପ୍ରତି ଅପମାନଜନକ ବୋଲି ବର୍ଣ୍ଣନା କରାଯାଇଥିଲା।

ଭାରତୀୟ ସେନା ଡିସେମ୍ବର ୧୨ ରେ ଏକ ବିବୃତ୍ତି ଜାରି କରି ସ୍ପଷ୍ଟ କରିଥିଲା ଯେ ଚୀନ ସୈନିକମାନେ ଭାରତୀୟ ସୀମାରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରିଥିଲେ, ଯାହାର କଡ଼ା ଜବାବ ଭାରତୀୟ ସେନା ଦେଇଥିଲା। ଏହା ପରେ, ଚୀନ ସୈନିକମାନେ ଫେରି ଆସିଥିଲେ ଏବଂ ସଂଘର୍ଷରେ ଉଭୟ ପକ୍ଷ ସାମାନ୍ୟ ଆହତ ହୋଇଥିଲେ।

ସୀମା ସଡ଼କ ସଂଗଠନ (BRO)ର ଅବସରପ୍ରାପ୍ତ ନିର୍ଦ୍ଦେଶକ ଉଦୟ ଶଙ୍କର ଶ୍ରୀବାସ୍ତବ ସେନା ଉପରେ ଦେଇଥିବା ଏହି ବୟାନକୁ ନେଇ ରାହୁଲ ଗାନ୍ଧୀଙ୍କ ବିରୋଧରେ କୋର୍ଟରେ ଅଭିଯୋଗ ଦାଖଲ କରିଛନ୍ତି। ଅଭିଯୋଗରେ କୁହାଯାଇଛି ଯେ ରାହୁଲ ଗାନ୍ଧୀ ଭାରତୀୟ ସେନାର ଛବି ନଷ୍ଟ କରିବା ଉଦ୍ଦେଶ୍ୟରେ ଜାଣିଶୁଣି ମିଥ୍ୟା ଏବଂ ମାନହାନିଜନକ ବୟାନ ଦେଇଛନ୍ତି।

ଲକ୍ଷ୍ନୌର ଏମପି-ବିଧାୟକ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଏହି ମାମଲାରେ ଅଭିଯୁକ୍ତ ଭାବରେ ବିଚାର କରି ସମନ କରିଥିଲେ। ସେ ମଙ୍ଗଳବାର କୋର୍ଟରେ ଆତ୍ମସମର୍ପଣ କରିଥିଲେ ଏବଂ ଜାମିନ ପାଇଥିଲେ। ବର୍ତ୍ତମାନ ଏହି ମାମଲାର ପରବର୍ତ୍ତୀ ଶୁଣାଣିର ତାରିଖ କୋର୍ଟ ଦ୍ୱାରା ର୍ନିଣ୍ଣୟ କରାଯିବ, ଯେଉଁଥିରେ ପକ୍ଷମାନଙ୍କ ଯୁକ୍ତି ଶୁଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri