Posted inଜାତୀୟ

ହାଥରସ ବଳାତ୍କାର ପୀଡ଼ିତାଙ୍କ ପରିବାରର ଦୁଃଖ ଦେଖୁଛି ଦେଶ: ରାହୁଲ

ଚଣ୍ଡିଗଡ଼,୬ ।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍କଳବାର ହାଥରସ ବଳାତ୍କାର ଘଟଣାକୁ ନେଇ ପୁଣିଥରେ କେନ୍ଦ୍ରର ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି । ଏକ ଖବରଦାତା ସମ୍ମିଳନୀରେ ହାଥରସ ଘଟଣାରେ ମୋଦିଙ୍କ ନିରବତାକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି । ଏହାସହ ନୂଆ କୃଷି ନୀତିକୁ ନେଇ ମଧ୍ୟ ମୋଦିଙ୍କ ଉପରେ ବର୍ଷିଛନ୍ତି ରାହୁଲ । ସୂଚନାଯୋଗ୍ୟ, ରାହୁଲ ଦୁଇଦିନ ହେବ ପଞ୍ଜାବରେ ଟ୍ରାକ୍ଟର ରାଲି ଜରିଆରେ କୃଷି ଆଇନକୁ ବିରୋଧ କରି ଆସୁଛନ୍ତି । ମଙ୍ଗଳବାର ସେ ପଟିଆଲାରେ ଖବରଦାତାଙ୍କ ସହ କଥା ହୋଇ କୃଷି ଆଇନକୁ ନେଇ ନିଜର ମତ ରଖିଛନ୍ତି । ସେ କହିଛନ୍ତି ପ୍ରଥମେ ବିମୁଦ୍ରିକରଣ ହେଲା ଯେଉଁଥିରେ ଗରିବ ଜନତା ଅସୁବିଧାରେ ପଡିଲେ । ଏହାପରେ ଜିଏସ୍‌ଟି ଆସିଲା ତ ବ୍ୟବସାୟୀଙ୍କ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିଲା । ଏବେ କରୋନା ସଂକ୍ରମଣକୁ ନେଇ ଲକ୍‌ଡାଉନ ହେଲା ତ ଗରିବ ରାସ୍ତାରେ ପଡି ମରିଗଲେ । ତେବେ ହାଥରସ ଘଟଣାକୁ ନେଇ ପ୍ରଶ୍ନ କରାଯିବାରୁ ସେ କହିଛନ୍ତି ହାଥରସ ଗସ୍ତ ସମୟରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଓ ତାଙ୍କ ସହ ଯେଉଁଭଳି ବ୍ୟବହାର କରାଗଲା ସେଥିରେ ସେ ଦୁଃଖିତ ନୁହେଁ । ବରଂ ହାଥରସ ପୀଡ଼ିତାଙ୍କ ପରିବାର ଏକେଲା ନୁହେଁ ଏହା ଆମେ ଜଣାଇ ଦେବାକୁ ଚାହୁଁଥିଲୁ । ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ପୀଡ଼ିତା ପରିବାରକୁ ଟାର୍ଗେଟ କରି ଥିବା କହିଥିଲେ ରାହୁଲ ଏହାସହ ମୋଦି କାହିଁକି ଏହା ଉପରେ ମୁହଁ ଖୋଲୁ ନାହାଁନ୍ତି ବୋଲି ମଧ୍ୟ ରାହୁଲ ପ୍ରଶ୍ନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri