ସରକାରଙ୍କୁ ଟାର୍ଗେଟ୍‌ କଲେ ରାହୁଲ, କହିଲେ ୩୦ ଲକ୍ଷ କୋଟି ସ଼୍ବାହା କରିଦେଲେ

ନୂଆଦିଲ୍ଲୀ, ୭ା୬: ସେୟାର ବଜାରରେ ଲୋକସଭା ନିର୍ବାଚନ ଭୋଟ ଗଣତି ଦିନ ଅର୍ଥାତ ଜୁନ୍‌ ୪ରେ ହୋଇଥିବା ବଡ଼ କ୍ରାସ୍‌କୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ, ଏହି ଦିନ ଲୋକେ ୩୦ ଲକ୍ଷ କୋଟି ଟଙ୍କା ସ଼୍ବାହା କରିଦେଲେ। କିନ୍ତୁ ତାଙ୍କ ସେୟାର ଉପରେ କୌଣସି ବିଶେଷ ପ୍ରଭାବ ପଡ଼ିନାହିଁ। ରାହୁଲଙ୍କ ପୋର୍ଟ ଫୋଲିଓରେ ସାମିଲ କିଛି ଷ୍ଟକ୍ସରେ ସେହିଦିନ ହ୍ରାସ ବଦଳରେ ବୃଦ୍ଧି ଦେଖିବାକୁ ମିଳିଥିଲା। ଅନ୍ୟ କିଛି ଷ୍ଟକ୍ସରେ ୩ରୁ ୫ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ହୋଇଥିଲା । ନିର୍ବାଚନ ପୂର୍ବରୁ ଦିଆଯାଇଥିବା ଘୋଷଣା ପତ୍ରର ତଥ୍ୟରୁ ଜଣାପଡ଼ିଛି ଯେ ରାହୁଲ ସେୟାର ମାର୍କେଟ୍‌ରେ ୪,୩୩,୬୦,୫୧୯ଟଙ୍କା ନିବେଶ କରିଛନ୍ତି। ତାଙ୍କ ପୋର୍ଟଫୋଲିଓରେ ଅନେକ ନାମୀ ଦାମୀ କମ୍ପାନୀର ସେୟାର ରହିଛି।

ସୂଚନା ଥାଉକି, ମଙ୍ଗଳବାର ସେୟାର ବଜାରରେ ଗୋଟିଏ ଦିନରେ ୬ ହଜାର ପଏଣ୍ଟ ଖସି ଯିବାରୁ ନିବେଶକଙ୍କ କୋଟି କୋଟି ଟଙ୍କା ବୁଡ଼ି ଯାଇଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ସେନ୍‌ସେକ୍ସ ୪,୩୯୦ ପଏଣ୍ଟ ହ୍ରାସ (୫.୭୪ ପ୍ରତିଶତ) ପାଇ ୭୨,୦୭୯.୦୫ ପଏଣ୍ଟରେ ବନ୍ଦ ହୋଇଥିଲା। ସେହିପରି ନିଫ୍ଟି ୧୩୭୯ ପଏଣ୍ଟ ହ୍ରାସ ହୋଇ ୨୧,୮୮୪.୫୦ରେ ବନ୍ଦ ହୋଇଥିଲା ।

ମଙ୍ଗଳବାର କାରବାର ଆରମ୍ଭରୁ ବମ୍ବେ ଷ୍ଟକ୍ ଏକ୍ସେଚେଞ୍ଜର ୩୦ ସେୟାର ବିଶିଷ୍ଟ ସେନ୍ସେକ୍ସ ୨୭୦୦ ଅଙ୍କ (୩.୬୬ ପ୍ରତିଶତ) ହ୍ରାସ ସହିତ ୭୩୬୬୯ ପଏଣ୍ଟକୁ ଖସି ଆସିଥିଲା ସେହିପରି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୮୦୯ ଅଙ୍କ (୩.୬ ପ୍ରତିଶତ) ହ୍ରାସ ସହିତ ୨୨୪୦୯ ସହ ସଂଘର୍ଷ କରିଥିଲା| ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ଲିଷ୍ଟେଡ୍ ଥିବା କମ୍ପାନୀମାନଙ୍କର ମାର୍କେଟ୍ କ୍ୟାପିଟାଲାଇଜେସନ୍ ୮୭୮ ଲକ୍ଷ କୋଟିରୁ ୪୧୭.୧୩ ଲକ୍ଷ କୋଟିକୁ ଖସି ଆସିଥିଲା |

ସେନ୍ସେକ୍ସର ଇଣ୍ଡକ୍ସରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଏଚ୍ଡିଏଫ୍ସି ବ୍ୟାଙ୍କର ୫୬୫ ପଏଣ୍ଟ ହ୍ରାସ ପାଇଥିଲା| ଏଥିସହିତ ଏଲ୍ ଆଣ୍ଡ୍ ଟି, ଏସ୍ବିଆଇ, ଆଇଟିସି, ଏନ୍ଟିପିସି ଏବଂ ପାଓ୍ୱାର ଗ୍ରିଡ୍ ଭଳି ବଡ଼ ବଡ଼ କମ୍ପାନୀର ସେୟାର ଆଜି ଡାଉନ୍ ରହିଥିଲା| ସେହିପରି ନିଫ୍ଚିରେ ଆଦାନୀ ପୋଟର୍ସ, ଆଦାନୀ ଏଣ୍ଟର ପ୍ରାଇଜ୍, ଏଲ୍ ଆଣ୍ଡ୍ ଟି, ଓଏନ୍ଜିସି ଏବଂ କୋଲ ଇଣ୍ଡିଆର ସେୟାର ଡାଉନ୍ ରହିଥିଲା|ଗତକାଲି ସେୟାର ମାର୍କେଟ୍ରେ ଉତ୍ସାହ ଦିଖିବାକୁ ମିଳିଥିଲା |ଏହାକୁ ନଜରରେ ରଖି ନିବେଶକ ଆଜି ମଧ୍ୟ କାରବାର ଆରମ୍ଭ କରିଥିଲେ| ହେଲେ ଆଜି ଟ୍ରେଡିଂ ଆରମ୍ଭରୁ ଏହା କ୍ରାସ୍ କରିଥିଲା|


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri