ସରକାରଙ୍କୁ ଟାର୍ଗେଟ୍‌ କଲେ ରାହୁଲ, କହିଲେ ୩୦ ଲକ୍ଷ କୋଟି ସ଼୍ବାହା କରିଦେଲେ

ନୂଆଦିଲ୍ଲୀ, ୭ା୬: ସେୟାର ବଜାରରେ ଲୋକସଭା ନିର୍ବାଚନ ଭୋଟ ଗଣତି ଦିନ ଅର୍ଥାତ ଜୁନ୍‌ ୪ରେ ହୋଇଥିବା ବଡ଼ କ୍ରାସ୍‌କୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ, ଏହି ଦିନ ଲୋକେ ୩୦ ଲକ୍ଷ କୋଟି ଟଙ୍କା ସ଼୍ବାହା କରିଦେଲେ। କିନ୍ତୁ ତାଙ୍କ ସେୟାର ଉପରେ କୌଣସି ବିଶେଷ ପ୍ରଭାବ ପଡ଼ିନାହିଁ। ରାହୁଲଙ୍କ ପୋର୍ଟ ଫୋଲିଓରେ ସାମିଲ କିଛି ଷ୍ଟକ୍ସରେ ସେହିଦିନ ହ୍ରାସ ବଦଳରେ ବୃଦ୍ଧି ଦେଖିବାକୁ ମିଳିଥିଲା। ଅନ୍ୟ କିଛି ଷ୍ଟକ୍ସରେ ୩ରୁ ୫ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ହୋଇଥିଲା । ନିର୍ବାଚନ ପୂର୍ବରୁ ଦିଆଯାଇଥିବା ଘୋଷଣା ପତ୍ରର ତଥ୍ୟରୁ ଜଣାପଡ଼ିଛି ଯେ ରାହୁଲ ସେୟାର ମାର୍କେଟ୍‌ରେ ୪,୩୩,୬୦,୫୧୯ଟଙ୍କା ନିବେଶ କରିଛନ୍ତି। ତାଙ୍କ ପୋର୍ଟଫୋଲିଓରେ ଅନେକ ନାମୀ ଦାମୀ କମ୍ପାନୀର ସେୟାର ରହିଛି।

ସୂଚନା ଥାଉକି, ମଙ୍ଗଳବାର ସେୟାର ବଜାରରେ ଗୋଟିଏ ଦିନରେ ୬ ହଜାର ପଏଣ୍ଟ ଖସି ଯିବାରୁ ନିବେଶକଙ୍କ କୋଟି କୋଟି ଟଙ୍କା ବୁଡ଼ି ଯାଇଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ସେନ୍‌ସେକ୍ସ ୪,୩୯୦ ପଏଣ୍ଟ ହ୍ରାସ (୫.୭୪ ପ୍ରତିଶତ) ପାଇ ୭୨,୦୭୯.୦୫ ପଏଣ୍ଟରେ ବନ୍ଦ ହୋଇଥିଲା। ସେହିପରି ନିଫ୍ଟି ୧୩୭୯ ପଏଣ୍ଟ ହ୍ରାସ ହୋଇ ୨୧,୮୮୪.୫୦ରେ ବନ୍ଦ ହୋଇଥିଲା ।

ମଙ୍ଗଳବାର କାରବାର ଆରମ୍ଭରୁ ବମ୍ବେ ଷ୍ଟକ୍ ଏକ୍ସେଚେଞ୍ଜର ୩୦ ସେୟାର ବିଶିଷ୍ଟ ସେନ୍ସେକ୍ସ ୨୭୦୦ ଅଙ୍କ (୩.୬୬ ପ୍ରତିଶତ) ହ୍ରାସ ସହିତ ୭୩୬୬୯ ପଏଣ୍ଟକୁ ଖସି ଆସିଥିଲା ସେହିପରି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୮୦୯ ଅଙ୍କ (୩.୬ ପ୍ରତିଶତ) ହ୍ରାସ ସହିତ ୨୨୪୦୯ ସହ ସଂଘର୍ଷ କରିଥିଲା| ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ଲିଷ୍ଟେଡ୍ ଥିବା କମ୍ପାନୀମାନଙ୍କର ମାର୍କେଟ୍ କ୍ୟାପିଟାଲାଇଜେସନ୍ ୮୭୮ ଲକ୍ଷ କୋଟିରୁ ୪୧୭.୧୩ ଲକ୍ଷ କୋଟିକୁ ଖସି ଆସିଥିଲା |

ସେନ୍ସେକ୍ସର ଇଣ୍ଡକ୍ସରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଏଚ୍ଡିଏଫ୍ସି ବ୍ୟାଙ୍କର ୫୬୫ ପଏଣ୍ଟ ହ୍ରାସ ପାଇଥିଲା| ଏଥିସହିତ ଏଲ୍ ଆଣ୍ଡ୍ ଟି, ଏସ୍ବିଆଇ, ଆଇଟିସି, ଏନ୍ଟିପିସି ଏବଂ ପାଓ୍ୱାର ଗ୍ରିଡ୍ ଭଳି ବଡ଼ ବଡ଼ କମ୍ପାନୀର ସେୟାର ଆଜି ଡାଉନ୍ ରହିଥିଲା| ସେହିପରି ନିଫ୍ଚିରେ ଆଦାନୀ ପୋଟର୍ସ, ଆଦାନୀ ଏଣ୍ଟର ପ୍ରାଇଜ୍, ଏଲ୍ ଆଣ୍ଡ୍ ଟି, ଓଏନ୍ଜିସି ଏବଂ କୋଲ ଇଣ୍ଡିଆର ସେୟାର ଡାଉନ୍ ରହିଥିଲା|ଗତକାଲି ସେୟାର ମାର୍କେଟ୍ରେ ଉତ୍ସାହ ଦିଖିବାକୁ ମିଳିଥିଲା |ଏହାକୁ ନଜରରେ ରଖି ନିବେଶକ ଆଜି ମଧ୍ୟ କାରବାର ଆରମ୍ଭ କରିଥିଲେ| ହେଲେ ଆଜି ଟ୍ରେଡିଂ ଆରମ୍ଭରୁ ଏହା କ୍ରାସ୍ କରିଥିଲା|


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri