ଶପଥ ନେବା ପୂର୍ବରୁ ମୋଦିଙ୍କୁ ରାହୁଲଙ୍କ ଟାର୍ଗେଟ୍‌, କହିଲେ…

ନୂଆଦିଲ୍ଲୀ, ୯ା୬: NEET ଫଳାଫଳକୁ ନେଇ ବିବାଦ ବନ୍ଦ ହେଉନାହିଁ । ଛାତ୍ରୀଛାତ୍ରମାନେ ଏହାକୁ ନେଇ ରାସ୍ତାକୁ ଓହ୍ଲାଇ ଥିବା ବେଳେ ରେଜଲ୍ଟରେ ଘୋଟାଲା ହୋଇଥିବା ଅଭିଯୋଗ କରୁଛନ୍ତି । ଏଥି ସହିତ ରାଜନୈତିକ ଦଳଗୁଡ଼ିକ କେନ୍ଦ୍ର ସରକାରଙ୍କ ଉପରେ ଆରୋପ ଲଗାଉଛନ୍ତି । ସେପଟେ ଏହି ମୁଦ୍ଦାକୁ ନେଇ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ, ନରେନ୍ଦ୍ର ମୋଦୀଙ୍କୁ ସିଧାସଳଖ ଟାର୍ଗେଟ୍‌ କରିଛନ୍ତି । NEET ରେଜଲ୍ଟରେ ଘୋଟାଲା କରି ୨୪ ଲକ୍ଷ ଛାତ୍ରୀଛାତ୍ରଙ୍କ ଘର ଭାଙ୍ଗିଥିବା ସେ ଅଭିଯୋଗ କରିଛନ୍ତି।

ରାହୁଲ ଗାନ୍ଧୀ ଟୁଇଟ କରି କହିଛନ୍ତି ଯେ, ନରେନ୍ଦ୍ର ମୋଦୀ ଏପର୍ଯ୍ୟନ୍ତ ଶପଥ ଗ୍ରହଣ କରିନାହାନ୍ତି ତଥାପି ସେ NEET ପରୀକ୍ଷାରେ ହୋଇଥିବା ଘୋଟାଲାରେ ୨୪ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଏବଂ ସେମାନଙ୍କ ପରିବାରର ଆଶାକୁ ଭାଙ୍ଗିଛନ୍ତି । ସମାନ ପରୀକ୍ଷା କେନ୍ଦ୍ରର ୬ ଜଣ ଛାତ୍ର ସର୍ବାଧିକ ମାର୍କ ରଖିଛନ୍ତି। କେତେଜଣ ଏଭଳି ମାର୍କ ପାଇଛନ୍ତି ଯାହା ଟେକ୍ନିକାଲ ସମ୍ଭବ ନୁହେଁ, କିନ୍ତୁ ସରକାର ପ୍ରଶ୍ନପତ୍ର ଲିକ୍‌ ହେବାର ସମ୍ଭାବନାକୁ ଅସ଼୍ବୀକାର କରୁଥିବା ସେ ଏଥିରେ ଉଲ୍ଲେଖ କରିଛନ୍ତି।

ସେ ଆହୁରି କହିଛନ୍ତି, ଶିକ୍ଷା ମାଫିଆ ଏବଂ ସରକାରୀ ବିଭାଗର ମିଳିତ ଉଦ୍ୟମରେ ଏହି ପେପର ଲିକ୍‌ ହେଉଛି। ଏହାକୁ ରୋକିବା ପାଇଁ କଂଗ୍ରେସ ଏକ ବଡ଼ ଯୋଜନା ପ୍ରସ୍ତୁତ କରିଥିଲା। ଏକ ଆଇନ ଆଣି ଛାତ୍ରୀଛାତ୍ରମାନଙ୍କୁ ପେପର ଲିକ୍‌ରୁ ମୁକ୍ତ କରିବାକୁ ଆମେ ଆମର ମନିଫେଷ୍ଟୋରେ ସାମିଲ କରିଥିଲୁ। ଆଜି ମୁଁ ଦେଶର ସମସ୍ତ ଛାତ୍ରୀଛାତ୍ରଙ୍କୁ ନିଶ୍ଚିତ କରୁଛି ଯେ, ମୁଁ ସଂସଦରେ ତୁମର ସ଼୍ବର ହେବି ଏବଂ ତୁମର ଭବିଷ୍ୟତ ସହ ଜଡିତ ପ୍ରସଙ୍ଗଗୁଡ଼ିକୁ ଦୃଢ଼ ଭାବରେ ଉଠାଇବି। ଯୁବକମାନେ ଇଣ୍ଡିଆ ମେଣ୍ଟ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି । ଇଣ୍ଡିଆ ସେମାନଙ୍କ ସ଼୍ବରକୁ ଚପି ଯିବାକୁ ଦେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri