Posted inଜାତୀୟ

ଭଉଣୀ ପ୍ରିୟଙ୍କା, ତିନି ମୁଖ୍ୟମନ୍ତ୍ରୀଙ୍କ ସହ ସୁରଟ କୋର୍ଟ ପହଞ୍ଚିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୩।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅପରାଧିକ ମାନହାନି ମାମଲାରେ ୨ ବର୍ଷର ସଜାକୁ ନେଇ ଏହାର ଚ୍ୟାଲେଞ୍ଜ କରିବାକୁ ଯାଉଛନ୍ତି। ତଳ କୋର୍ଟଙ୍କ ରାୟ ବିରୋଧରେ ସୋମବାର ରାହୁଲ ଗାନ୍ଧୀ ଅପିଲ କରିବାକୁ ଯାଉଛନ୍ତି। ସଜା ଉପରେ ରୋକ ଲାଗାଇବାକୁ ରାହୁଲ ଗାନ୍ଧୀଙ୍କ ସମ୍ପୂର୍ଣ୍ଣ ଲିଗାଲ ଟିମ ମଜଭୁତ ଭାବେ ତର୍କ ରଖିବେ ଓ ରାହୁଲଙ୍କୁ ସମର୍ଥନ ଦେବାକୁ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଉପସ୍ଥିତ ରହିବେ।

ସୂଚନାଯୋଗ୍ୟ, ୨୦୧୯ରେ ମୋଦି ସରନେମ ଉପରେ ବୟାନ ଦେଇ ଫସିଯାଇଥିବା ରାହୁଲଙ୍କୁ ସୁରଟର ଏକ କୋର୍ଟ ୨୩ ମାର୍ଚ୍ଚରେ ୨ ବର୍ଷର ସଜା ଶୁଣାଇଛନ୍ତି। ହେଲେ କୋର୍ଟ ଜାମିନ ଦେଇ ସଜାକୁ ୩୦ ଦିନ ପାଇଁ ସ୍ଥଗିତ କରିଛନ୍ତି। ତେଣୁ ୩୦ ଦିନ ମଧ୍ୟରେ ରାହୁଲଙ୍କୁ ଯଦି ଉପର କୋର୍ଟରୁ ଆଶ୍ୱସ୍ତି ନ ମିଳିଲା ତେବେ ସେ ଜେଲ ଯିବା ନିଶ୍ଚିତ ହାଇଯିବ। ତେଣୁ ସୋମବାର ଯେତେବେଳେ ରାହୁଲଙ୍କ ପୁରା ଲିଗାଲ ଟିମ କୋର୍ଟରେ ପହଞ୍ଚିବେ ସେତେବେଳେ ଏମାନେ ପୂରା ଚେଷ୍ଟା କରିବେ ସଜା ଉପରେ ରୋକ ଲଗାଯାଉ ଓ ଜାମିନ ମିଳିଯାଉ।
ହେଲେ ଏସବୁ କୋର୍ଟ ଉପରେ ନିର୍ଭର କରେ ଯେ ସେ ରାୁଲଙ୍କୁ ଜାମିନ ପ୍ରଦାନ କରିବେ ନା ଜେଲ ପଠାଇଦେବେ।
ଉଭୟ ସ୍ଥିତି ପାଇଁ କଂଗ୍ରେସ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ସାରିଛି। ରାହୁଲ କୋର୍ଟ ଯିବା ସମୟରେ ସେଠାରେ କଂଗ୍ରେସର ସ୍ଥାନିୟ ନେତାଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରିୟ ସ୍ତରର ନେତା ବି ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?