ଶେଷରେ ସବୁ ଚର୍ଚ୍ଚାର ଘଟିଲା ଅନ୍ତ: ରାଏବରେଲି-ଆମେଠିରୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୩।୫: ନାମାଙ୍କନପତ୍ରର ଶେଷ ଦିନରେ କଂଗ୍ରେସ ଉତ୍ତରପ୍ରଦେଶର ରାଏବରେଲି ଏବଂ ଆମେଠି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇଟି ଆସନରେ ନାମାଙ୍କନ ପାଇଁ ଶେଷ ଦିନ ଆଜି ଅର୍ଥାତ୍‌ ଶୁକ୍ରବାର। ଏଭଳି ପରିସ୍ଥିତିରେ ଶେଷ ମୁହୂର୍ତ୍ତରେ ଦଳ ନିଷ୍ପତ୍ତି ନେଇଛି ଯେ ରାହୁଲ ଗାନ୍ଧୀ ରାଏବରେଲି ଏବଂ ଆମେଠି ଲୋକ ସଭା ଆସନରୁ କେ.ଏଲ ଶର୍ମା ପ୍ରତିଦ୍ୱନ୍ଦ୍ୱିତା କରିବେ। ଶୁକ୍ରବାର ସକାଳେ କଂଗ୍ରେସ ଏହାର ସରକାରୀ ଘୋଷଣା କରିଛି।
୨୦୧୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ଆମେଠିରେ ସ୍ମୃତି ଇରାନୀଙ୍କଠାରୁ ହାରିଥିବାବେଳେ ସୋନିଆ ଗାନ୍ଧୀ ରାଏବରେଲିରୁ ଜିତିଥିଲେ, କିନ୍ତୁ ଏଥର ସେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ନିଷ୍ପତ୍ତି ନେଇଥିଲେ। ସେ ବର୍ତ୍ତମାନ ଜଣେ ରାଜ୍ୟ ସଭା ସଦସ୍ୟ। ଏଥି ସହ ରାହୁଲ ଗାନ୍ଧୀ ମଧ୍ୟ କେରଳର ୱାୟନାଡ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଗତ ଥର ସେ କେବଳ ୱାୟନାଡରୁ ଜିତିଥିଲେ। ୱାୟାନାଡରେ ମତଦାନ ସରିଛି। ମେ ୨୦ରେ ଆମେଠି ଏବଂ ରାଏବରେଲିରେ ମତଦାନ ହେବ।
୨୬ ଏପ୍ରିଲରୁ ଆମେଠି ଏବଂ ରାଏବରେଲିରେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଶେଷ ତାରିଖ ହେଉଛି ମେ ୩।ଭାରତୀୟ ଜନତା ପାର୍ଟି ପୁଣିଥରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କୁ ଆମେଥୀରୁ ପ୍ରାର୍ଥୀ ଘୋଷଣା କରିଛନ୍ତି। ସ୍ମୃତି ୨୯ ଏପ୍ରିଲରେ ମଧ୍ୟ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri