Posted inଜାତୀୟ

ହିଂସା ପ୍ରଭାବିତ ମଣିପୁର ଗସ୍ତର ଦ୍ୱିତୀୟ ଦିନରେ ମେଇତି ସମ୍ପ୍ରଦାୟର ଲୋକଙ୍କୁ ଭେଟିଲେ ରାହୁଲ

ଇମ୍ଫାଲ,୩୦।୬: ମଣିପୁରରେ ଗତ ପ୍ରାୟ ଦୁଇ ମାସ ହେବ ଲାଗି ରହିଥିବା ହିଂସା ମଧ୍ୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଜ୍ୟ ଗସ୍ତରେ ଯାଇଛନ୍ତି। ଗସ୍ତର ପ୍ରଥମ ଦିନରେ ସେ ଇମ୍ଫାଲରୁ ୬୩ କିଲୋମିଟର ଦୂର ଚୁରାଚାନ୍ଦପୁରରେ ଥିବା ଆଶ୍ରୟ ସ୍ଥଳରେ ଶରଣ ନେଇଥିବା ଲୋକଙ୍କ ସହ ସାକ୍ଷାତ କରିଥିଲେ। ଏହା ପୂର୍ବରୁ ରାହୁଙ୍କ ଗସ୍ତକୁ ନେଇ ଖୁବ ହଙ୍ଗାମା ବି ହୋଇଥିଲା। ଏବେ ରାହୁଲ ତାଙ୍କ ଗସ୍ତର ଦ୍ୱିତୀୟ ଦିନରେ ହେଲିକପ୍ଟର ଯୋଗେ ବିଷ୍ଣୁପୁର ଜିଲାର ମୋଇରଙ୍ଗ ଅଭିମୁଖେ ଯାତ୍ରା କରିଛନ୍ତି। ସେଠାରେ ସେ ମେଇତି ସମ୍ପ୍ରଦାୟର ହିଂସା ପ୍ରଭାବିତ ଲୋକଙ୍କ ସହ କଥା ହୋଇଛନ୍ତି ଓ ପୀଡ଼ିତଙ୍କ ଭଲ ମନ୍ଦ ପଚାରି ବୁଝିଛନ୍ତି।

ରାହୁଲ ମେଇତି ସମ୍ପ୍ରଦାୟର ଲୋକଙ୍କୁ ଭେଟିବା ପରେ ଇମ୍ଫାଲକୁ ଫେରିବେ। ଯେଉଁଠାରେ ସେ ସାମାଜିକ କର୍ମୀଙ୍କ ସହିତ ଯୋଗାଯୋଗ କରିବେ। କୁହାଯାଉଛି ଯେ ରାହୁଲ ହିଂସା ବନ୍ଦ କରିବା ସହ ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବାକୁ ସାମାଜିକ କର୍ମୀଙ୍କ ସହ କଥା ହେବେ। ଏହା ପରେ ରାହୁଲ ଗାନ୍ଧୀ ନିଜେ ମଣିପୁରରୁ ଏକ ଖବରଦାତା ସମ୍ମିଳନୀ କରିପାରିବେ। ଯେଉଁଥିରେ ସେ ଲୋକଙ୍କ ସହ ବାର୍ତ୍ତାଳାପ ବିଷୟରେ ସୂଚନା ଦେଇପାରିବେ।
ରାହୁଲ ଗୁରୁବାର, ଜୁନ ୨୯ରେ ମଣିପୁରରେ ପହଞ୍ଚିଥିଲେ, କିନ୍ତୁ ବିମାନବନ୍ଦରରେ ଅବତରଣ କରିବାର କିଛି ସମୟ ପରେ ରାହୁଲଙ୍କ କନଭେନକୁ ଅଟକାଯାଇଥିଲା। ସୁରକ୍ଷା କାରଣରୁ ତାଙ୍କୁ ରାସ୍ତାରେ ଯିବାକୁ ପୋଲିସ ଅନୁମତି ଦେଇ ନ ଥିଲା, ଏହା ପରେ ସେ ହେଲିକପ୍ଟର ଯୋଗେ ଚୁରାଚାନ୍ଦପୁରରେ ପହଞ୍ଚି ରିଲିଫ କ୍ୟାମ୍ପରେ ଉପସ୍ଥିତ ଲୋକଙ୍କୁ ଭେଟିଥିଲେ। କଂଗ୍ରେସ ଅଭିଯୋଗ କରିଛି ଯେ ତାଙ୍କ ଗସ୍ତକୁ ରୋକିବା ପାଇଁ ଭାଜପା ସରକାର ଏହା କରିଥିବାବେଳେ ଭାଜପା କହିଛି ଯେ ନେତାଙ୍କ ଗସ୍ତ ମଣିପୁରରେ ମତଭେଦକୁ ଆହୁରି ବଢାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri