Posted inଜାତୀୟ

ମୁଁ ଦୁନିଆରେ କାହାକୁ ଭୟ କରିବି ନାହିଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨।୧୦: ଉତ୍ତରପ୍ରଦେଶ ହାଥ୍‌ରାସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଏବଂ ତାଙ୍କ ଭଉଣୀ ପ୍ରିୟଙ୍କା ଭଦ୍ରାଙ୍କୁ ଗୁରୁବାର ଅଟକାଇ ଦିଆଯାଇଲା। ଗ୍ରେଟର ନଏଡା ନିକଟରେ ଉଭୟଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ଉପରେ ମାମଲା ରୁଜୁ କରାଯାଇଥିଲା। ଏହାର ଗୋଟିଏ ଦିନ ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀ ଅବସରରେ ସରକାରଙ୍କ ଉପରେ ବର୍ଷିଛନ୍ତି ରାହୁଲ। ମହାତ୍ମା ଗାନ୍ଧୀଙ୍କ ଗୋଟିଏ କଥା ଟୁଇଟ୍‌ କରି ସେ ଲେଖିଛନ୍ତି, ମୁଁ ଦୁନିଆରେ କାହାକୁ ଭୟ କରିବି ନାହିଁ … ମୁଁ କାହାର ଅନ୍ୟାୟକୁ ସହ୍ୟ କରିବି ନାହିଁ, ମୁଁ ଅସତ୍ୟକୁ ସତ୍ୟ ସହ ଜିତିବି ଏବଂ ଅସତ୍ୟକୁ ବିରୋଧ କରିବି। ମୁଁ ସମସ୍ତ ଯନ୍ତ୍ରଣା ସହି ପାରିବି। ଗାନ୍ଧୀ ଜୟନ୍ତୀର ଶୁଭେଚ୍ଛା ବୋଲି ରାହୁଲ କହିଛନ୍ତି। ସୂଚନାଯୋଗ୍ୟ,ହାଥ୍‌ରସ ଘଟଣାରେ ପୀଡିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା ରାହୁଲ ଏବଂ ପ୍ରିୟଙ୍କାଙ୍କୁ ଅଧାବାଟରୁ ଫେରିବାକୁ ପଡିଥିଲା। ପୋଲିସ ଉଭୟଙ୍କୁ ଅଟକାଇଥିଲା। ପୋଲିସ ଅଟକାଇବା ବେଳେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପୋଲିସ ଠେଲାପେଲାରେ ରାହୁଲ ତଳେ ପଡିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri