Posted inଜାତୀୟ

ମୁଁ ଦୁନିଆରେ କାହାକୁ ଭୟ କରିବି ନାହିଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨।୧୦: ଉତ୍ତରପ୍ରଦେଶ ହାଥ୍‌ରାସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଏବଂ ତାଙ୍କ ଭଉଣୀ ପ୍ରିୟଙ୍କା ଭଦ୍ରାଙ୍କୁ ଗୁରୁବାର ଅଟକାଇ ଦିଆଯାଇଲା। ଗ୍ରେଟର ନଏଡା ନିକଟରେ ଉଭୟଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ଉପରେ ମାମଲା ରୁଜୁ କରାଯାଇଥିଲା। ଏହାର ଗୋଟିଏ ଦିନ ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀ ଅବସରରେ ସରକାରଙ୍କ ଉପରେ ବର୍ଷିଛନ୍ତି ରାହୁଲ। ମହାତ୍ମା ଗାନ୍ଧୀଙ୍କ ଗୋଟିଏ କଥା ଟୁଇଟ୍‌ କରି ସେ ଲେଖିଛନ୍ତି, ମୁଁ ଦୁନିଆରେ କାହାକୁ ଭୟ କରିବି ନାହିଁ … ମୁଁ କାହାର ଅନ୍ୟାୟକୁ ସହ୍ୟ କରିବି ନାହିଁ, ମୁଁ ଅସତ୍ୟକୁ ସତ୍ୟ ସହ ଜିତିବି ଏବଂ ଅସତ୍ୟକୁ ବିରୋଧ କରିବି। ମୁଁ ସମସ୍ତ ଯନ୍ତ୍ରଣା ସହି ପାରିବି। ଗାନ୍ଧୀ ଜୟନ୍ତୀର ଶୁଭେଚ୍ଛା ବୋଲି ରାହୁଲ କହିଛନ୍ତି। ସୂଚନାଯୋଗ୍ୟ,ହାଥ୍‌ରସ ଘଟଣାରେ ପୀଡିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା ରାହୁଲ ଏବଂ ପ୍ରିୟଙ୍କାଙ୍କୁ ଅଧାବାଟରୁ ଫେରିବାକୁ ପଡିଥିଲା। ପୋଲିସ ଉଭୟଙ୍କୁ ଅଟକାଇଥିଲା। ପୋଲିସ ଅଟକାଇବା ବେଳେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପୋଲିସ ଠେଲାପେଲାରେ ରାହୁଲ ତଳେ ପଡିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri