Posted inଜାତୀୟ

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେବାରେଲାଗିଛି। ଭିଡିଓରେ ରାହୁଲ ଗାନ୍ଧୀ ଦିଲ୍ଲୀର ଛତ୍ରଶାଳ ଷ୍ଟାଡିୟମ ସ୍ଥିତ ଡିଟେନସନ ସେଣ୍ଟର (ଅଟକ କେନ୍ଦ୍ର)ର ସିଡ଼ିରେ ବସିଥିବାର ନଜର ଆସୁଛନ୍ତି। ଏହି ସମୟରେ ତାଙ୍କ ଗୋଟିଏ ଗୋଡ଼ରେ ଜୋତା ଥିବାବେଳେ, ଅନ୍ୟ ଗୋଡ଼ଟି ଖାଲି ଦୃଶ୍ୟମାନ ହେଉଛି। ଭିଡିଓରେ ରାହୁଲ ଗାନ୍ଧୀ ଛାତ୍ରୀଛାତ୍ରଙ୍କ ସମସ୍ୟା, ଶିକ୍ଷା ବ୍ୟବସ୍ଥା ଏବଂ ସରକାରଙ୍କ କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ ଉଠାଇ ନିଜର ମତ ରଖୁଥିବା ଦେଖାଯାଉଛନ୍ତି।

ଭାଇରାଲ ଭିଡିଓରେ ରାହୁଲ ଗାନ୍ଧୀ କହିଛନ୍ତି ଯେ, ସଂସଦରେ ଛାତ୍ରୀଛାତ୍ରଙ୍କ ସମସ୍ୟା ଏବଂ ଦେଶର ଶିକ୍ଷା ପ୍ରଣାଳୀ ଭୁଶୁଡ଼ି ପଡ଼ିବା ନେଇ ଆଲୋଚନା କରାଇବା ପାଇଁ ଦାବି କରାଯାଇଥିଲା, କିନ୍ତୁ ସରକାର ଏଥିରେ ଆଲୋଚନା କରିବାକୁ ଅନୁମତି ଦେଇନଥିଲେ। ସେ ଅଭିଯୋଗ କରିଛନ୍ତି ଯେ ଛାତ୍ରୀଛାତ୍ରଙ୍କ ସହ ଜଡିତ ଏତେ ଗମ୍ଭୀର ବିଷୟ ଉପରେ ସଂସଦରେ ଆଲୋଚନା କରାଯାଇ ନାହିଁ।

ରାହୁଲ ଗାନ୍ଧୀ ଛାତ୍ରୀଛାତ୍ରମାନଙ୍କ ସମର୍ଥନରେ ତିନୋଟି ପ୍ରମୁଖ ଦାବି ମଧ୍ୟ ରଖିଛନ୍ତି। ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିବା ସହିତ ଛାତ୍ରୀଛାତ୍ରଙ୍କ ଉପରେ କଥିତ ଅତ୍ୟାଚାର କରିଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ଉଠାଇଛନ୍ତି ଏବଂ ପ୍ରତିବାଦ ସହିତ ଜଡିତ ଛାତ୍ରୀଛାତ୍ରଙ୍କ ନାମରେ ରୁଜୁ ହୋଇଥିବା ମାମଲା ପ୍ରତ୍ୟାହାର କରିବାକୁ କହିଛନ୍ତି। ଏହା ସହିତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଶର ଯୁବବର୍ଗଙ୍କ ନିକଟରେ କ୍ଷମା ମାଗିବାକୁ ଏବଂ ଶିକ୍ଷା ତଥା ପରୀକ୍ଷା ପ୍ରଣାଳୀରେ ତୁରନ୍ତ ସୁଧାର ଆଣିବାକୁ ଅନୁରୋଧ କରିଛନ୍ତି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri