ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ କହିଛନ୍ତି ଯେ, ମୋଦି ଓ ଶାହା ‘ଭାରତର ଅତୀତ’, ତେଣୁ ସେମାନେ ‘ଭାରତର ଭବିଷ୍ୟତ’ ଯୁବପିଢ଼ିଙ୍କ ସହ କିପରି ବ୍ୟବହାର କରୁଛନ୍ତି, ସେଥିପ୍ରତି ସତର୍କ ରହିବା ଉଚିତ।

ରାହୁଲ ଗାନ୍ଧୀ ଦିଲ୍ଲୀରେ ୨୦ ଜୁଲାଇରେ ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଲଗାତାର କେନ୍ଦ୍ର ସରକାରଙ୍କୁ ଘେରୁଛନ୍ତି। ଏହା ପୂର୍ବରୁ ୨୯ ଜୁଲାଇରେ ଲୋକ ସଭାରେ ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବି କରିଥିଲେ । ତାଙ୍କ ଅଭିଯୋଗ ଥିଲା ଯେ, ଯୁବପିଢ଼ିଙ୍କ ସ୍ୱରକୁ ଦମନ କରିବା ପାଇଁ ସରକାର କଠୋର ପଦକ୍ଷେପ ନେଉଛନ୍ତି । ଶୁକ୍ରବାର ଦିନ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟ ସେୟାର କରି ରାହୁଲ ଗାନ୍ଧୀ କହିଛନ୍ତି, “ମୋଦି ଏବଂ ଅମିତ ଶାହା Gen Z ଙ୍କୁ ଭୟଭୀତ କରି ଚୁପ୍ କରିପାରିବେ ନାହିଁ। ପ୍ରଥମେ, ତୁମେ ସେମାନଙ୍କର ହାଡ଼ ଭାଙ୍ଗି ଦେଇଥିଲ । ଏବେ, ତୁମେ ସେମାନଙ୍କ ବିରୁଦ୍ଧରେ ଏଫଆଇଆର ପଞ୍ଜିକରଣ କରୁଛ ଏବଂ ସେମାନଙ୍କର ସୋସିଆଲ ମିଡିଆ ଆକାଉଣ୍ଟଗୁଡ଼ିକୁ ହଟାଇ ଦେଉଛ ।”

ବୁଧବାର ଦିନ ରାହୁଲ ଗାନ୍ଧୀ କହିଛନ୍ତି ଯେ, ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ହୋଇଥିବା ‘ନିଷ୍ଠୁରତା’ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦାୟୀ ଏବଂ ତାଙ୍କୁ ତାଙ୍କ ପଦରୁ ବହିଷ୍କାର କରାଯିବା ଉଚିତ। ସେ ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ଏକ ଉଚ୍ଚ କ୍ଷମତାସମ୍ପନ୍ନ କମିଟି ଦ୍ୱାରା ଏହି ଘଟଣାର ତଦନ୍ତ କରିବାକୁ ମଧ୍ୟ ଦାବି କରିଥିଲେ । ଅମିତ ଶାହା ସଂସଦରେ ଉପସ୍ଥିତ ହୋଇ ଏହି ପ୍ରସଙ୍ଗରେ ସ୍ପଷ୍ଟୀକରଣ ଦେବାକୁ କାହିଁକି ଭୟ କରୁଛନ୍ତି ବୋଲି ରାହୁଲ ଗାନ୍ଧୀ ପ୍ରଶ୍ନ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?