Posted inଜାତୀୟ

ମନମୋହନ ସିଂଙ୍କ ଭଳି ପ୍ରଧାନମନ୍ତ୍ରୀଙ୍କ ଅନୁପସ୍ଥିତିକୁ ଅନୁଭବ କରୁଛି ଦେଶ: ରାହୁଲ

ନୂଆଦିଲ୍ଲୀ,୨୬ ।୯: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହସ ସିଂ ୮୮ ବର୍ଷରେ ପଦାର୍ପଣ କରିଛନ୍ତି । ତାଙ୍କ ଜନ୍ମଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମନମୋହନଙ୍କୁ ଶୁଭେଚ୍ଛା ଜଣାଇବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି । ରାହୁଲ କହିଛନ୍ତି ଦେଶ ଏବେ ମନମୋହନ ସିଂଙ୍କ ଭଳି ପ୍ରଧାନମନ୍ତ୍ରୀଙ୍କ ଅନୁପସ୍ଥିତିକୁ ଅନୁଭବ କରୁଛି । ଉପା ସରକାର ଅମଳରେ ଅର୍ଥାତ୍ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ସେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ୱାୟନାଡ ଏମ୍‌ପି ରାହୁଲ ଗାନ୍ଧୀ ଟୁଇଟ୍ କରି କହିଛନ୍ତି ମନମୋହନଙ୍କ ସଚ୍ଚୋଟତା, ଶାଳୀନତା ଓ ସମର୍ପଣ ମନୋଭାବ ଆମ ସମସ୍ତଙ୍କୁ ପ୍ରେରଣା ଦେବ । ଜନ୍ମଦିନରେ ଏତିକି କାମନା ଆସନ୍ତା ବର୍ଷ ତାଙ୍କ ପାଇଁ ଶୁଭଙ୍କର ହେଉ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ୍ କରି ମନମୋହନ ସିଂଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri