Posted inଜାତୀୟ

ବଢିପାରେ ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ଏହି ମାମଲାରେ କୋର୍ଟରେ ହେବେ ହାଜର

ଲକ୍ଷ୍ନୌ,୨୪।୭: ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନର ଏମ୍‌ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଶୁକ୍ରବାର ସୁଲତାନପୁରର ଏମ୍‌ପି / ବିଧାୟକ କୋର୍ଟରେ ହାଜର ହେବେ। ଅମିତ ଶାହା ହେଟ୍‌ ସ୍ପିଚ୍‌ ମାମଲାରେ ଜୁଲାଇ ୨୬ରେ କୋର୍ଟ ପରବର୍ତ୍ତୀ ତାରିଖ ଦେଇଥିଲେ। ଗତ ଶୁଣାଣି ସମୟରେ ବିଚାରପତି କହିଥିଲେ ଯେ, ଯଦି ରାହୁଲ ଜୁଲାଇ ୨୬ରେ ଶାରୀରିକ ଭାବେ ହାଜର ନ ହୁଅନ୍ତି, ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଜୁଲାଇ ୨ରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନୀ ମାମଲାରେ ସୁଲତାନପୁରର ଏମ୍‌ପି / ବିଧାୟକ କୋର୍ଟରେ ହାଜର ହେବାର ଥିଲା। ସଂସଦରେ ବ୍ୟସ୍ତ ଥିବା ଦର୍ଶାଇ ରାହୁଲଙ୍କ ଓକିଲ ନ ହେବାକୁ ନେଇ କ୍ଷମା ମାଗିଥିଲେ। ଏହା ପରେ କୋର୍ଟ ଏହାକୁ ଗ୍ରହଣ କରି ରାହୁଲ ଗାନ୍ଧୀଙ୍କୁ ଜୁଲାଇ ୨୬ରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ।

ରାହୁଲ ଗାନ୍ଧୀଙ୍କ ଓକିଲ କାଶୀ ପ୍ରସାଦ ଶୁକ୍ଲା କହିଛନ୍ତି, ସୁଲତାନପୁରର ଏମ୍‌ପି / ବିଧାୟକ କୋର୍ଟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଦେବା ମାମଲାର ଶୁଣାଣି କରୁଛନ୍ତି। କର୍ନାଟକରେ ଦିଆଯାଇଥିବା ବିବୃତ୍ତି ଏଠାରେ ଶୁଣାଣି ହେଉଥିବାରୁ ରାହୁଲ ଗାନ୍ଧୀଙ୍କୁ ତାଙ୍କ ବିବୃତ୍ତି ରେକର୍ଡ କରିବାକୁ କୋର୍ଟ ବ୍ୟକ୍ତିଗତ ଭାବେ ଡକାଇଛନ୍ତି।
ଗତ ସାଢେ ୫ ବର୍ଷ ପୂର୍ବେ କର୍ନାଟକ ବିଧାନସଭା ନିର୍ବାଚନ ସମୟରେ ଏକ ସାମ୍ବାଦିକ ସମ୍ମିଳନୀରେ ରାହୁଲ ଗାନ୍ଧୀ ତତ୍କାଳୀନ ଭାଜପା ରାଷ୍ଟ୍ରୀୟ ସଭାପତି ତଥା ବର୍ତ୍ତମାନର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଆପତ୍ତିଜନକ ବିବୃତ୍ତି ଦେଇଥିଲେ। ଏହି ବିବୃତ୍ତକୁ ନେଇ ଭାଜପା ତତ୍କାଳୀନ ସୁଲତାନପୁର ଜିଲା ଉପାଧ୍ୟକ୍ଷ ବିଜୟ ମିଶ୍ର ରାହୁଲ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ।
ଯଦି ରାହୁଲ ଗାନ୍ଧୀଙ୍କ ବିରୋଧରେ ପର୍ଯ୍ୟାପ୍ତ ପ୍ରମାଣ ମିଳେ, ତେବେ ତାଙ୍କୁ ସର୍ବାଧିକ ଦୁଇ ବର୍ଷ ଦଣ୍ଡିତ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri