ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ ଏବଂ ଅନ୍ୟାନ୍ୟ ଅନେକ ନେତାଙ୍କୁ ପୋଲିସ ଅଟକ (detain) ରଖିଛି। ପୋଲିସ ସମସ୍ତ ନେତାଙ୍କୁ ବସରେ ବସାଇ ପ୍ରଦର୍ଶନ ସ୍ଥଳରୁ ଦୂରକୁ ନେଇଯାଇଛି। ଅଟକ ହେବା ପରେ ରାହୁଲ ଗାନ୍ଧୀ କହିଛନ୍ତି, “ମୋଦୀ ଜୀ, ଯେତେ ବଳପ୍ରୟୋଗ କରିବାର ଅଛି କରନ୍ତୁ, ନିଜର ସମ୍ପୂର୍ଣ୍ଣ ଶକ୍ତି ଲଗାଇଦିଅନ୍ତୁ, ଛାତ୍ରଛାତ୍ରୀଙ୍କ ନ୍ୟାୟର ଏହି ଲଢ଼େଇ ଆଉ ଅଟକିବ ନାହିଁ।”

ରାହୁଲ ଗାନ୍ଧୀ କହିଛନ୍ତି, “ଗିରଫ କରନ୍ତୁ, ଜେଲରେ ପୁରାନ୍ତୁ, କିଛି ଫରକ ପଡ଼ିବ ନାହିଁ। ମୋଦୀ ସରକାରଙ୍କ କ୍ଷମତାର ଶକ୍ତିଠାରୁ ଆମ ସତ୍ୟାଗ୍ରହର ଶକ୍ତି ଅନେକ ବଡ଼। ଆମ ପିଲାମାନଙ୍କ ସହ ହୋଇଥିବା ଅତ୍ୟାଚାରର ହିସାବ ତ ଦେବାକୁ ହିଁ ପଡ଼ିବ।”

ସମାଜବାଦୀ ପାର୍ଟି ମୁଖିଆ ଅଖିଲେଶ ଯାଦବ ମଧ୍ୟ ଏହି ଧାରଣାରେ ସାମିଲ ହୋଇଥିଲେ। କଂଗ୍ରେସ ନେତାମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଇସ୍ତଫା ଦାବି କରି ‘୭ ଲୋକ କଲ୍ୟାଣ ମାର୍ଗ’ ନିକଟରେ ଧାରଣା ଦେଇଥିଲେ ଏବଂ ‘ପ୍ରଧାନମନ୍ତ୍ରୀ ଇସ୍ତଫା ଦିଅନ୍ତୁ’, ‘ଗୁଣ୍ଡାଗର୍ଦ୍ଦି ଚାଲିବ ନାହିଁ’ ଓ ‘ଛାତ୍ରଛାତ୍ରୀଙ୍କୁ ନ୍ୟାୟ ଦିଅନ୍ତୁ’ ଭଳି ନାରାବାଜି କରିଥିଲେ। ଧାରଣା ଆରମ୍ଭ ହେବାର କିଛି ସମୟ ପରେ ପୋଲିସ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଏବଂ ଅନ୍ୟାନ୍ୟ ଅନେକ ନେତାଙ୍କୁ ଅଟକ ରଖିଥିଲା। ଏହା ପୂର୍ବରୁ ଲୋକସଭା ସାଂସଦ ଚରଣଜିତ୍ ସିଂହ ଚନ୍ନି, ସୁଖଜିନ୍ଦର ସିଂହ ରନ୍ଧାୱା, ଶଶିକାନ୍ତ ସେନ୍ଥିଲ ଏବଂ ଅନ୍ୟ ନେତାମାନଙ୍କୁ ମଧ୍ୟ ଅଟକ ରଖାଯାଇଥିଲା।

ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ରୀୟ ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି କରି କହିଛନ୍ତି ଯେ ସରକାର ଏହି ଘଟଣାର ଜବାବଦିହି ନେବାକୁ ଚାହୁଁନାହାନ୍ତି କି ସଂସଦରେ ଏହା ଉପରେ ଆଲୋଚନା କରିବାକୁ ଅନୁମତି ଦେଉନାହାନ୍ତି। ପ୍ରିୟଙ୍କା ଗାନ୍ଧୀ କହିଛନ୍ତି ଯେ ବିରୋଧୀ ଦଳ ସଦନରେ ଏହି ମୁଦ୍ଦା ଉପରେ ଆଲୋଚନା କରିବାକୁ ଚାହୁଁଛନ୍ତି, କିନ୍ତୁ ସେମାନଙ୍କୁ କହିବାକୁ ଦିଆଯାଉ ନାହିଁ। ସେ ଛାତ୍ରଛାତ୍ରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ବିଷୟରେ ଉଲ୍ଲେଖ କରି ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri