କାଲିଫର୍ନିଆରେ ଖୋଲିବ ରାହୁଲ ଗାନ୍ଧୀଙ୍କ ପ୍ରେମ ଦୋକାନ…

ଓ୍ବାଶିଂଟନ,୨୭।୫ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଖୁବ ଶୀଘ୍ର ଦଶ ଦିନିଆ ଆମେରିକା ଗସ୍ତରେ ଯାଉଛନ୍ତି। ତାଙ୍କର ଏହି ଯାତ୍ରାକୁ ସଫଳ କରିବା ପାଇଁ ଭାରତୀୟ ବିଦେଶ କଂଗ୍ରେସ ଏକଜୁଟ ହୋଇଛି। ରାହୁଲଙ୍କ ଆମେରିକା ଗସ୍ତ ସମୟରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମଗୁଡିକ ପାଇଁ ପ୍ରସ୍ତୁତି ବହୁତ ଉତ୍ସାହର ସହିତ କରାଯାଇଛି। ରାହୁଲଙ୍କ ଗୋଟିଏ କାର୍ଯ୍ୟକ୍ରମରେ ମୂଳ ଭାରତୀୟଙ୍କୁୁ ଏକତ୍ରିତ କରିବା ପାଇଁ ପ୍ରଚାର ଭିଡିଓ ଜାରି କରାଯାଇଛି।

ଏହି ଭିଡିଓରେ ରାହୁଲଙ୍କ ନେତୃତ୍ୱରେ ଭାରତ ଯୋଡୋ ଯାତ୍ରାର ଝଲକ ଦେଖାଯାଇଛି। ଏଥିରେ କୁହାଯାଇଛି ଏହି ଯାତ୍ରା ଲକ୍ଷ ଲକ୍ଷ ଲୋକଙ୍କୁ ଏକାଠି କରି ଦେଶକୁ ଏକଜୁଟ କରି ଦେଇଛି।

ଏହି କାର୍ଯ୍ୟକ୍ରମରେ ରାହୁଲଙ୍କ ସହ ଏକ ବିଶେଷ ବାର୍ତ୍ତାଳାପ କରିବାକୁ ମୂଳ ଭାରତୀୟ ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି। ଏହି ବିଶେଷ ଆଲୋଚନା ନ୍ୟୁୟର୍କର ଜାଭିଟ୍ସ ସେଣ୍ଟରରେ ହେବ।

ଗତ ସପ୍ତାହରେ ଭାରତୀୟ ବିଦେଶ କଂଗ୍ରେସର ସଭାପତି ସାମ ପିଟ୍ରୋଡା କହିଥିଲେ ରାହୁଲଙ୍କ ଗସ୍ତ ପ୍ରକୃତ ଗଣତନ୍ତ୍ରର ସହଭାଗୀ ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବା ପାଇଁ ଉଦ୍ଦିଷ୍ଟ। ଏହା ବ୍ୟତୀତ ରାହୁଲ ଅନ୍ୟ କେତେକ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ।

ଜୁନ ୪ ରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ୫ ହଜାର ଲୋକ ଅଂଶଗ୍ରହଣ କରିବେ ବୋଲି ଆୟୋଜକମାନେ ଆଶା ପ୍ରକଟ କରିଛନ୍ତି।

ରାହୁଲଙ୍କ ଏହି ଗସ୍ତ ସାନ ଫ୍ରାନ୍ସିସ୍କୋରୁ ଆରମ୍ଭ ହେବ। ଏଠାରେ ସେ ଷ୍ଟାଣ୍ଡଫୋର୍ଡ ୟୁନିଭରସିଟି ଯାଇ ସେଠାରେ ଥିବା ଛାତ୍ରୀଛ୍ରାତ୍ରମାନଙ୍କୁ ସମ୍ବୋଧିତ କରିବେ। ୱାଶିଂଟନ ଡିସିରେ ସାଂସଦ ଏବଂ ଥିଙ୍କ ଟ୍ୟାଙ୍କ ସହିତ ବୈଠକ କରିବେ। ରାହୁଲ ମେ ୩୦ ରେ କାଲିଫର୍ନିଆର ସାଣ୍ଟା କ୍ଲାରାରେ ଏକ ପ୍ରେମ ଦୋକାନ ସ୍ଥାପନ କରିବେ ଯେଉଁଥି ପାଇଁ ଏକ ପୋଷ୍ଟର ମଧ୍ୟ ଜାରି କରାଯାଇଛି। ଏହି କାର୍ଯ୍ୟକ୍ରମର ନାମ ‘ମୋହବତ କି ଦୁକାନ’ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?