Posted inଜାତୀୟ

ରାହୁଲ ଗାନ୍ଧୀଙ୍କ ଓ୍ବାୟନାଡ ଅଫିସ ଭଙ୍ଗାରୁଜା

ଓ୍ବାୟନାଡ,୨୫।୬: କେରଳର ଓ୍ବାୟନାଡରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ଅଫିସ୍‌କୁ ଷ୍ଟୁଡେଣ୍ଟସ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ସଦସ୍ୟମାନେ ଭଙ୍ଗାରୁଜା କରିଛନ୍ତି। ଶୁକ୍ରବାର ଶତାଧିକ ସଦସ୍ୟ ଏକ ଶୋଭାଯାତ୍ରାରେ ଆସି ରାହୁଲଙ୍କ କାର୍ଯ୍ୟାଳୟରେ ଧସେଇ ପଶିବା ସହ ସେଠାରେ ଥିବା ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ଭଙ୍ଗାରୁଜା କରିଥିଲେ। ଏଥିରେ ରାହୁଲଙ୍କ କାର୍ଯ୍ୟାଳୟର କେତେଜଣ କର୍ମଚାରୀ ଆହତ ହୋଇଥିବା ଅଭିଯୋଗ ହୋଇଛି। ପରିବେଶ ସମ୍ବେଦନଶୀଳ ଅଞ୍ଚଳ (ଇଏସ୍‌ଜେଡ୍‌) ସମ୍ପର୍କିତ ସୁପ୍ରିମକୋର୍ଟଙ୍କ ରାୟରେ ରାହୁଲ ହସ୍ତକ୍ଷେପ କରୁ ନ ଥିବା ଅଭିଯୋଗ କରି ଏସ୍‌ଏଫ୍‌ଆଇ ପକ୍ଷରୁ ବିକ୍ଷୋଭ କରାଯାଇଥିଲା। ପୋଲିସ ୮ ଜଣ ଏସ୍‌ଏଫ୍‌ଆଇ କର୍ମୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ରାହୁଲଙ୍କ କାର୍ଯ୍ୟାଳୟ ନିକଟରେ ଅଧିକ ପୋଲିସ ମୁତୟନ କରାଯାଇଛି।
ସୂଚନାଯୋଗ୍ୟ, ବନ୍ୟପ୍ରାଣୀ ଅଭୟାରଣ୍ୟ, ଜାତୀୟ ଉଦ୍ୟାନ ଏବଂ ସମସ୍ତ ସଂରକ୍ଷିତ ଅଞ୍ଚଳ ଚତୁଃପାର୍ଶ୍ୱରେ ୧ କିଲୋମିଟର ବ୍ୟାପୀ ପରିବେଶ ସମ୍ବେଦନଶୀଳ ଅଞ୍ଚଳ (ଇଏସ୍‌ଜେଡ୍‌) ଘୋଷଣା କରାଯିବା ବାଧ୍ୟତାମୂଳକ। ଉକ୍ତ ଅଞ୍ଚଳରେ ନିର୍ମାଣ ଓ ଖଣି ଖନନ କାର୍ଯ୍ୟ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ନେଇଥିଲେ। ଏହାକୁ କେରଳରେ ପ୍ରବଳ ବିରୋଧ କରାଯିବା ସହ ରାହୁଲ ଏଥିରେ ହସ୍ତକ୍ଷେପ କରିବାକୁ ଦାବି କରାଯାଇଥିଲା। ରାହୁଲ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ବଫର ଜୋନ୍‌କୁ ତାଙ୍କ ନିର୍ବାଚନ ମଣ୍ଡଳୀରେ ପ୍ରବଳ ବିରୋଧ କରାଯାଉଥିବା କହିଥିଲେ। ଏଭଳି କଟକଣା ଦ୍ୱାରା ପଶ୍ଚିମଘାଟ ପାର୍ବତ୍ୟାଞ୍ଚଳର ଘନ ଜନବସତି ଅଞ୍ଚଳର ଲୋକଙ୍କ ଜୀବିକା ହେବ ବୋଲି ସେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri