ଦଳର ଭିତିରି କଥା ଜାଣି ରାଗିଗଲେ ରାହୁଲ୍‌ :ଦିଲ୍ଲୀରେ ଶୁଣୁଛୁ ଓଡ଼ିଶାରେ କଂଗ୍ରେସ ହିଁ କଂଗ୍ରେସକୁ…

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରରର ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି।କଂଗ୍ରେସରେ ଗୋଷ୍ଠୀ କନ୍ଦଳକୁ ନେଇ ରାଗିଗଲେ ହାଇକମାଣ୍ଡ। PAC ବୈଠକରେ ଏକାଠି ରହିବା ଉପରେ ଖାଡଗେ, ରାହୁଲ ଗୁରୁମନ୍ତ୍ର ଦେଇଛନ୍ତି। ଓଡ଼ିଶାରେ କଂଗ୍ରେସ ହିଁ କଂଗ୍ରେସକୁ ହରାଉଥିବା ଦିଲ୍ଲୀରେ ଶୁଣୁଛୁ ବୋଲି ଖାଡଗେ କହିଛନ୍ତି। ଯେଉଁ ପର୍ଯ୍ୟନ୍ତ ନେତାମାନେ ଏକାଠି ହେବେନି ଦଳ ରିଭାଇଭ କରିପାରିବନି।
ଅନ୍ୟପକ୍ଷେ ରାହୁଲ କହିଛନ୍ତି, ମତ ଯାହା ଥାଉ ସମସ୍ତଙ୍କୁ ମିଶିକି କାମ କରିବାକ ପଡ଼ିବ। ଉପକୂଳ ଓଡ଼ିଶାକୁ ଫୋକସ କରିବାକୁ ରାହୁଲ ପରାମର୍ଶ ଦେଇଛନ୍ତି।

ସମ୍ବିଧାନ ବଞ୍ଚାଅ ସମାବେଶରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ରଥଯାତ୍ରା ଅଘଟଣକୁ ନେଇ ସରକାର ଅଦାନୀ ଭଳି ଉଦ୍ୟୋଗପତିଙ୍କ ସ୍ୱାର୍ଥ ପାଇଁ କାମ କରୁଛନ୍ତି। ରାହୁଲ କହିଛନ୍ତି, “ଏହା ଆପଣଙ୍କ ସରକାର ନୁହେଁ, ଅଦାନୀଙ୍କ ସରକାର। ରଥଯାତ୍ରା ସମୟରେ ଅଦାନୀଙ୍କ ପାଇଁ ରଥକୁ ରୋକାଯାଉଛି।”

ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ ହୋଇଥିବା ଅଭିଯୋଗ କରି ରାହୁଲ କହିଛନ୍ତି, “ଏମାନେ କୁଆଡ଼େ ଗଲେ, କେହି ଜାଣିନାହାନ୍ତି। ମହିଳାଙ୍କୁ ଦୁଷ୍କର୍ମର ଶିକାର ହେବାକୁ ପଡୁଛି, କିନ୍ତୁ ସରକାର ନୀରବ ରହିଛନ୍ତି।” ସେ ଆହୁରି କହିଛନ୍ତି ଯେ ସରକାର ଗରିବଙ୍କୁ ଲୁଟୁଛନ୍ତି ଏବଂ ବିଜେପି ପୂରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି।

ରାହୁଲ ଅଭିଯୋଗ କରିଛନ୍ତି ଯେ ବିହାର ଓ ମହାରାଷ୍ଟ୍ରରେ ନିର୍ବାଚନ ଚୋରି କରିବାର ଉଦ୍ୟମ ଚାଲିଛି। ସେ ପ୍ରଶ୍ନ ଉଠାଇଛନ୍ତି, “ମହାରାଷ୍ଟ୍ରରେ ୧ ଲକ୍ଷ ନୂଆ ଭୋଟର କେଉଁଠୁ ଆସିଲେ? ବିହାରରେ ମଧ୍ୟ ନିର୍ବାଚନ ଚୋରି କରାଯାଉଛି।”

ଆଦିବାସୀଙ୍କ ଅଧିକାର ଉପରେ ଗୁରୁତ୍ୱ ଦେଇ ରାହୁଲ କହିଛନ୍ତି, “ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ। କିନ୍ତୁ ଏଠାରେ ବିନା ପଚାରି ଆଦିବାସୀଙ୍କୁ ଜମିରୁ ହଟାଯାଉଛି। ପେସା ଆଇନ ଲାଗୁ ହେଉନାହିଁ, କିନ୍ତୁ ଆମେ ଏହାକୁ ଲାଗୁ କରିବୁ।”

ସେ ମୋଦିଙ୍କ ଫସଲ ବୀମା ଯୋଜନାକୁ ମଧ୍ୟ ଟାର୍ଗେଟ କରି କହିଛନ୍ତି, “ମୋଦି ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନାହିଁ।” ଓଡ଼ିଶାର ଜନତାଙ୍କ ପାଇଁ ବିକାଶ ହେବା ଉଚିତ ବୋଲି କହି ସେ ସରକାରଙ୍କୁ ଆକ୍ରମଣ କରିଛନ୍ତି।

କଂଗ୍ରେସ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରି ରାହୁଲ ସେମାନଙ୍କ ମୁଡ୍‌ ବିଷୟରେ ପ୍ରଶ୍ନ କରି ପ୍ରଶଂସା କରିଛନ୍ତି ଏବଂ ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ସବୁବେଳେ ସାଙ୍ଗରେ ରହିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri