ପଞ୍ଜାବର ପ୍ରତ୍ୟେକ ବିଜୟରେ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ରହିଛନ୍ତି ରାହୁଲ

ଦୁବାଇ, ୨୦।୧୦: ଚଳିତ ଆଇପିଏଲ୍‌ର ୩୮ତମ ମୁକାବିଲାରେ ମଙ୍ଗଳବାର କିଙ୍ଗ୍ସ ଇଲେଭେନ ପଞ୍ଜାବର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ସହ ହେବ। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଦିଲ୍ଲୀ ପଲା ଭାରୀ ରହିବ। ଦିଲ୍ଲୀ ବର୍ତ୍ତମାନ ସୁଦ୍ଧା ୯ ମ୍ୟାଚ୍‌ ଖେଳି ୭ ବିଜୟ ଓ ୨ ପରାଜୟ ସହ ୧୪ ପଏଣ୍ଟ ପାଇ ଟେବୁଲ ତାଲିକାର ସର୍ବାଗ୍ରେ ରହିଛି। ଅପରପକ୍ଷରେ ପଞ୍ଜାବ ୯ ମ୍ୟାଚ୍‌ରୁ ୩ ବିଜୟ ଓ ୬ ପରାଜୟ ସହ ୬ ପଏଣ୍ଟ ପାଇ ଟେବୁଲର ୭ମ ସ୍ଥାନରେ ରହିଛି। ପଞ୍ଜାବର ୩ଟି ଯାକ ବିଜୟରେ ଅଧିନାୟକ ଲୋକେଶ ରାହୁଲ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇବାର ସୌଭାଗ୍ୟ ଲାଭ କରିଛନ୍ତି। ରାହୁଲ ବର୍ତ୍ତମାନ ସୁଦ୍ଧା ଚଳିତ ସିଜନରେ ୭୫ ଆଭରେଜରେ ୫୨୫ ରନ୍‌ ସଂଗ୍ରହ କରିସାରିଛନ୍ତି। ଟୁର୍ନାମେଣ୍ଟରେ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ତାଲିକାର ସେ ସର୍ବାଗ୍ରେ ରହିବା ସହିତ ଅରେଞ୍ଜ କ୍ୟାପ୍‌ର ଅଧିକାରୀ ରହିଛନ୍ତି।


ଦିଲ୍ଲୀ ଓ ପଞ୍ଜାବ ମଧ୍ୟରେ ଚଳିତ ସିଜନରେ ଅନୁଷ୍ଠିତ ପ୍ରଥମ ମ୍ୟାଚ୍‌ ଟାଇରେ ଶେଷ ହୋଇଥିଲା। ସେପ୍ଟେମ୍ବର ୨୦ରେ ଦୁବାଇରେ ଅନୁଷ୍ଠିତ ଏହି ମୁକାବିଲାରେ ପ୍ରଥମେ ବ୍ୟାଟିଂ କରି ଶ୍ରେୟାସ ଆୟାରଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ୮ ଉଇକେଟ୍‌ ହରାଇ ୧୫୭ ରନ୍‌ ସଂଗ୍ରହ କରିଥିଲା। ଜବାବରେ ପଞ୍ଜାବ (୧୫୭/୮) ମଧ୍ୟ ନିର୍ଦ୍ଧାରିତ ଓଭରରେ ସମାନ ସଂଖ୍ୟକ ସ୍କୋର କରିପାରିଥିଲା। ତେବେ ସୁପର୍‌ ଓଭରରେ କିନ୍ତୁ ଦିଲ୍ଲୀ ବାଜିମାତ୍‌ କରିନେଇଥିଲା। ସେହିଭଳି ଗତ ରବିବାର ମଧ୍ୟ ଐତିହାସିକ ମୁକାବିଲାରେ ପଞ୍ଜାବ ୨ୟ ସୁପର୍‌ ଓଭରରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଥିଲା। ତେଣୁ କ୍ରିକେଟ୍‌ପ୍ରେମୀ ମଙ୍ଗଳବାର ଆଉ ଏକ ରୋମାଞ୍ଚକ ମ୍ୟାଚ୍‌ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri