ଜାତିବାଦୀ ରାଜନୀତିର ସାହାରା ନେଇଛନ୍ତି ରାହୁଲ: ଧର୍ମେନ୍ଦ୍ର

ଭୁବନେଶ୍ୱର,୯।୨(ସୁନିତ୍‌ ମିଶ୍ର)”ମନ୍ଦିର ଏବଂ ମଠ ବୁଲିବା ପରେ କଂଗ୍ରେସ ଯୁବରାଜ ରାହୁଲ ଗାନ୍ଧୀ ଏବେ ନିଜର ରାଜନୈତିକ ଅସ୍ତିତ୍ୱ ବଞ୍ଚାଇବା ପାଇଁ ଚରମ ଜାତିବାଦୀ ରାଜନୀତିର ସାହାରା ନେଇଛନ୍ତି। କଂଗ୍ରେସର ‘ମିଛର ଗ୍ୟାରେଣ୍ଟି’କୁ କେହି ବିଶ୍ୱାସ କରିବେ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ରାହୁଲଙ୍କ ଭାଷଣ ଉପରେ ପ୍ରତିକ୍ରିୟା ରଖି ଧର୍ମେନ୍ଦ୍ର କହିଛନ୍ତି , ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜାତି ବିଷୟରେ ଦେଇଥିବା ଟିପ୍ପଣୀ ସବୁଥର ପରି ରାହୁଲ ଗାନ୍ଧୀଙ୍କ ଆଉ ଏକ ମିଛ ପଦାକୁ ଆଣିଛି। ହୁଏତ ସତରେ ସେ ଅବୁଝା ଅଛନ୍ତି କିମ୍ବା ବାରମ୍ବାର ମିଛ କହିଲେ ମିଛଟି ସତ ହୋଇଯାଏ ବୋଲି ରାହୁଲ ଭାବି ନେଇଛନ୍ତି। ପ୍ରଥମେ ସେ ନିଜେ ନିଜକୁ ନ୍ୟାୟ ଦିଅନ୍ତୁ। ଏଭଳି ଭାବେ ପ୍ରତିଦିନ ମିଛ କହିବାର ଅଭ୍ୟାସ କଲେ, ସେ ଆଗକୁ କେବଳ ହାସ୍ୟ, ବ୍ୟଙ୍ଗ ଏବଂ ମନୋରଞ୍ଜନର ବ୍ୟକ୍ତି ଭାବେ ଗଣା ହେବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ପଲିଟିକ୍ସ ଅଫ୍‌ ପର୍ଫର୍ମାନ୍ସ’ ଓ ୧୦ ବର୍ଷର ରିପୋର୍ଟ କାର୍ଡ ସାମ୍ନାରେ କଂଗ୍ରେସର ପ୍ରତ୍ୟେକ କୌଶଳ ବିଫଳ ହୋଇଛି। ‘ଗରିବୀ ହଟାଓ’ ନାରା ଦେଇ କଂଗ୍ରେସ ଦୀର୍ଘ ଦଶନ୍ଧି ଧରି ଲୋକଙ୍କ ଆଖିରେ ଧୂଳି ଦେଇଆସିଛି। ଏବେ ସାମାଜିକ ନ୍ୟାୟ ଉପରେ ସେମାନଙ୍କ କୁମ୍ଭୀର କାନ୍ଦଣାରେ ଦେଶବାସୀ ଭ୍ରମିତ ହେବେ ନାହିଁ। ରାହୁଲ ଗାନ୍ଧୀ ନିଜ ଦଳର ଦଳିତ, ଆଦିବାସୀ, ପଛୁଆ ଓ ସଂରକ୍ଷଣ ବିରୋଧୀ ଚେହେରା ବିଷୟରେ ଅନଭିଜ୍ଞ ଥାଇପାରନ୍ତି, କିନ୍ତୁ ଦେଶ ଏହାକୁ ଭଲ ଭାବରେ ଜାଣିଛି ଓ ବୁଝିଛି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍‌ ପ୍ରଣାଳୀ ଖୋଲ, ନ ହେଲେ ଧ୍ୱଂସ କରିଦେବୁ: ଇରାନ୍‌କୁ ଟ୍ରମ୍ପଙ୍କ ଖୋଲା ଚେତାବନୀ

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri