Posted inଜାତୀୟ

ରାହୁଲଙ୍କୁ କ୍ଷମା ମାଗିବାକୁ ପଡ଼ିବ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୨୧।୩: ଲଣ୍ଡନରେ ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଭାରତରେ ବିବାଦ ଦେଖାଦେଇଛି। ନିଜ ମନ୍ତବ୍ୟ ପାଇଁ ରାହୁଲ କ୍ଷମା ମାଗନ୍ତୁ ବୋଲି ଭାଜପା ଦାବି କରୁଛି। ଭାଜପାର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଏକ ଖବରଦାତା ସମ୍ମିଳନୀ କରି ରାହୁଲଙ୍କ କ୍ଷମା ପ୍ରାର୍ଥନା ଉପରେ ଜୋର ଦେଇଛନ୍ତି। ପାତ୍ର କହିଛନ୍ତି, ରାହୁଲ ଗାନ୍ଧୀଙ୍କୁ କ୍ଷମା ମାଗିବାକୁ ପଡ଼ିବ। ସେ କ୍ଷମା ନ ମାଗିବା ପର୍ଯ୍ୟନ୍ତ ଆମେ ଆମର ଦାବି ଜାରି ରଖିବୁ।
ଭାଜପା ରାହୁଲ ଗାନ୍ଧୀଙ୍କୁ ପ୍ରତିଦିନ କ୍ଷମା ମାଗିବାକୁ କାହିଁକି କହୁଛି ବୋଲି ପ୍ରଶ୍ନରେ ସମ୍ବିତ କହିଛନ୍ତି, ଲଣ୍ଡନରେ ଯଦି ରାହୁଲ ଗାନ୍ଧୀ ଏଭଳି ମନ୍ତବ୍ୟ ଦେବେ, ତେବେ ଏହା ନିନ୍ଦନୀୟ ବିଷୟ। ଏହା ଏକ ସମସ୍ୟା ନୁହେଁ, ଏକ ଷଡ଼ଯନ୍ତ୍ର। ରାହୁଲ ଗାନ୍ଧୀ ହେଉଛନ୍ତି ଆଜିର ରାଜନୀତିର ମୀର ଜାଫର। ଆଜିର ମୀର ଜାଫରଙ୍କୁ କ୍ଷମା ମାଗିବାକୁ ପଡିବ।
ନିକଟରେ ରାହୁଲ ଗାନ୍ଧୀ ବ୍ରିଟେନ ଗସ୍ତ କରିଥିଲେ। ସେ କେମ୍ବ୍ରିଜ ୟୁନିଭରସିଟି ଏବଂ ବ୍ରିଟେନର ସଂସଦ କମ୍ପ୍ଲେକ୍ସରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ। ରାହୁଲ ନିଜ ସମ୍ବୋଧନରେ କହିଥିଲେ, ଭାରତରେ ଗଣତନ୍ତ୍ର ବିପଦରେ ଅଛି। ବିରୋଧୀ ଦଳର ନେତାମାନଙ୍କୁ ସଂସଦରେ କହିବାକୁ ଅନୁମତି ଦିଆଯାଉ ନାହିଁ ଏବଂ ସେମାନଙ୍କର ମାଇକ ବନ୍ଦ ହୋଇଯାଇଛି। ବିଦେଶରେ ଦେଇଥିବା ଏହି ବିବୃତ୍ତି ପାଇଁ ଭାଜପା ରାହୁଲ ଗାନ୍ଧୀଙ୍କୁ ଘେରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟାଟ୍‌ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…

ଆମେ ସୁସ୍ଥ ରହିବା ପଛରେ ସୁଷମ ତଥା ଭିଟାମିନଯୁକ୍ତ ଖାଦ୍ୟ ଖାଇବା ଦରକାର। ହେଲେ ଏସବୁ ଖାଦ୍ୟ ସନ୍ତୁଳିତ ରହିବା ନିହାତି ଆବଶ୍ୟକ। ତେବେ ଅସନ୍ତୁଳିତ...

ସ୍କୁଟିକୁ ଧକ୍କା ଦେଲା ସଫାରୀ କାର୍, ୨ ସାଙ୍ଗଙ୍କ ମୃତ୍ୟୁ

ଧର୍ମଗଡ଼,୧୫।୧୨(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କେବିଡ଼ି ବିଜୁ ଏକ୍ସପ୍ରେସ ଛକରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଆଜି(ସୋମବାର) ପୂର୍ବାହ୍ନରେ ଏକ...

ନିଜ ଫର୍ମକୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ରନ୍‌ କରିପାରୁନାହିଁ କିନ୍ତୁ…

ନୂଆଦିଲ୍ଲୀ,୧୫।୧୨: ବହୁତ ଦିନ ଧରି ବଡ଼ ସ୍କୋର କରିବାକୁ ସଂଘର୍ଷ କରୁଥିବା ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଟି-୨୦...

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା।...

ମୋକିମଙ୍କ ବିଦା ପରେ ମୁହଁ ଖୋଲିଲେ ନରସିଂହ ମିଶ୍ର, କହିଲେ ନିଷ୍ପତ୍ତି ଉପରେ…

ଭୁବନେଶ୍ୱର,୧୫ା୧୨:  ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଆଜି ଦଳରୁ ବିଦା କରିଛି କଂଗ୍ରେସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ...

୫୧ ବର୍ଷ ପରେ କ୍ରିକେଟ୍‌ରେ ଘଟିଲା…ଗୋଟିଏ ଦଳରେ ୩ ଭାଇ

ନୂଆଦିଲ୍ଲୀ,୧୫।୧୨: ICC ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ନାମ୍ବିଆ ଏବଂ ଜିମ୍ବାୱେରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଦେଶ ଗୋଟିଏ ପରେ ଗୋଟିଏ...

ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ: ତଥାଗତ

ଭୁବନେଶ୍ୱର,୧୫ା୧୨(ଜିତେନ୍ଦ୍ର କୁମାର ନାୟକ): ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ ବୋଲି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ରବିବାର ଦିବସବ୍ୟାପୀ ଅନୁଷ୍ଠିତ...

ମେସିଙ୍କୁ ସ୍ବାଗତ ପାଇଁ ଦିଲ୍ଲୀରେ ହାଇ ଆଲର୍ଟ! ହ୍ୟାଣ୍ଡସେକ୍‌ କରିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଏତିକି କୋଟି

ନୂଆଦିଲ୍ଲୀ,୧୫।୧୨: ଫୁଟବଲ ଜଗତର ସବୁଠାରୁ ବଡ ତାରକା ଏବଂ ଆର୍ଜେଣ୍ଟିନାକୁ ବିଶ୍ୱକପ ଗୌରବ ପ୍ରଦାନ କରିଥିବା ଅଧିନାୟକ ଲିଓନେଲ ମେସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri