ଲକ୍ଷ୍ନୌକୁ ବଞ୍ଚାଇ ଦେଲେ ମୋହସିନ, ରାହୁଲ

ମୁମ୍ବାଇ,୧।୫ : ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ୬ ରନ୍‌ରେ ଦିଲ୍ଲୀ କ୍ୟାପିଟଲ୍ସକୁ ହରାଇ ଦେଇଛି। ଏହି ବିଜୟ ଯୋଗୁ ଲକ୍ଷ୍ନୌ ୧୪ ପଏଣ୍ଟ ସହ ଅଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନକୁ ଉଠିଛି। ଅନ୍ୟପକ୍ଷରେ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ ୯ ମ୍ୟାଚ୍‌ରେ ୫ମ ପରାଜୟ ବରଣ କରି ପୂର୍ବ ଭଳି ୬ଷ୍ଠ ସ୍ଥାନରେ ଅଛି।
ଟସ୍‌ ଜିତି ବ୍ୟାଟିଂ କରିଥିବା ଲକ୍ଷ୍ନୌକୁ ୪୨ ରନ୍‌ର ଆରମ୍ଭ ଦେଇଥିଲେ ଅଧିନାୟକ ଲୋକେଶ ରାହୁଲ ଓ କ୍ୱିଇଣ୍ଟନ ଡି’କକ୍‌ (୨୩)। ତା’ ପରେ ଦୀପକ ହୁଡା (୫୨ ରନ୍‌, ୬ ଚୌକା ଓ ୧ ଛକା)ଙ୍କ ସହ ମିଶି ରାହୁଲ (୭୭ ରନ୍‌, ୪ ଚୌକା ଓ ୫ ଛକା) ଦ୍ୱିତୀୟ ଉଇକେଟ ପାଇଁ ୯୫ ରନ୍‌ କରିଥିଲେ। ଶେଷକୁ ମାର୍କସ ଷ୍ଟୋଇନିସ(୧୭)ଙ୍କ ଯୋଗୁ ଲକ୍ଷ୍ନୌ ୨୦ ଓଭରରେ ୩ ଉଇକେଟ ହରାଇ ୧୯୫ ରନ୍‌ କରିଥିଲା। ଦିଲ୍ଲୀ ପାଇଁ କେବଳ ଶାର୍ଦ୍ଦୂଳ ଠାକୁର (୩ ଉଇକେଟ) ସଫଳ ବୋଲର ସାବ୍ୟସ୍ତ ହୋଇଥିଲେ। ଜବାବରେ ଦିଲ୍ଲୀ ୩ ଓଭର ମଧ୍ୟରେ ଦୁଇ ଓପନରଙ୍କ ଉଇକେଟ ହରାଇଥିଲା। ଏଭଳି ପରିସ୍ଥିତିରେ ମିଚେଲ ମାର୍ଶ ଓ ଅଧିନାୟକ ପନ୍ତ(୪୪ ରନ୍‌, ୭ ଚୌକା ଓ ୧ ଛକା) ଧୂଆଁଦାର ବ୍ୟାଟିଂ କରିଥିଲେ। ଦୁହେଁ ୩ୟ ଉଇକେଟ ଲାଗି ୪ ଓଭରରେ ୬୦ ରନ୍‌ ଯୋଡ଼ିଥିଲେ। ୩ ଲେଖାଏ ଛକା ଓ ଚୌକା ସହିତ ୩୭ ରନ୍‌ କରି ମାର୍ଶ ଆଉଟ୍‌ ହେବା ପରେ ତାଙ୍କ ପଛରେ ପ୍ୟାଭିଲିଅନ ଚାଲି ଯାଇଥିଲେ ଲଲିତ ଯାଦବ। ଶେଷକୁ ରୋବମାନେ ପାଓ୍ବେଲ (୩୫ ରନ୍‌, ୩ ଚୌକା ଓ ୨ ଛକା), ଅକ୍ଷର ପଟେଲ (୪୨ ରନ୍‌, ୧ ଚୌକା ଓ ୩ ଛକା ) ଏବଂ କୁଲଦୀପ ଯାଦବ (୧୬ ରନ୍‌, ୧ ଲେଖାଏ ଚୌକା ଓ ଛକା) ଲଢ଼େଇ କରିଥିଲେ। ଏହାସତ୍ତ୍ୱେ ଦିଲ୍ଲୀ ୨୦ ଓଭରରେ ୭ ଉଇକେଟ ହରାଇ ୧୮୯ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ବିଜୟୀ ଦଳ ପାଇଁ ୪ ଉଇକେଟ ନେଇ ସର୍ବାଧିକ ଘାତକ ସାଜିଥିଲେ ମୋହସିନ ଖାନ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲି…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri