Posted inଖେଳ

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା କରିଥିଲେ। ଯଦି ପଡିକ୍କଲ ନ ଥାଆନ୍ତେ, ତେବେ ରାହୁଲ ନିରାଶାରେ ପାଭିଲିୟନ ଫେରିଥାଆନ୍ତେ।

ମଙ୍ଗଳବାର ଭାରତୀୟ ଦଳ ସେମାନଙ୍କର ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବାକୁ ଆସିଥିଲା। କିନ୍ତୁ ପ୍ରଥମ ଓଭରରେ ହିଁ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ପରବର୍ତ୍ତୀ ସମୟରେ ରାହୁଲ ଏବଂ ପଡିକ୍କଲ ସ୍ଥିତିକୁ ସ୍ଥିର କରିଥିଲେ। ଏକ ଅର୍ଦ୍ଧଶତକୀୟ ଭାଗୀଦାରି ସ୍ଥାପନ କରିଥିଲେ।

ଜୟସୂରିଆ ୧୧ତମ ଓଭର ବୋଲିଂ କରି ଶେଷ ବଲ ଉପ-ଅଧିନାୟକ ରାହୁଲଙ୍କ ପ୍ୟାଡ୍‌ରେ ବାଜିଥିଲା। ଶ୍ରୀଲଙ୍କା ଦଳ ଅପିଲ କରିଥିଲେ ଏବଂ ଅମ୍ପାୟାର ତାଙ୍କୁ ଆଉଟ ଘୋଷଣା କରିଥିଲେ। ରାହୁଲ ପଡିକ୍କଲ ତାଙ୍କ ସହିତ କଥା ହୋଇ ଡିଆର୍‌ଏସ୍‌ ନେଇଥିଲେ।
ସମୀକ୍ଷାରୁ ଜଣାପଡିଥିଲା ଯେ, ବଲ ଷ୍ଟମ୍ପକୁ ମିସ୍‌ କରୁଥିଲା। ଫଳରେ ରାହୁଲ ଆଉଟ୍‌ ହୋଇ ନ ଥିଲେ। ନିଷ୍ପତ୍ତି ଦେଖି ରାହୁଲ ତୁରନ୍ତ ପଡିକ୍କଲଙ୍କୁ ଆଲିଙ୍ଗନ କରି ଚୁମ୍ବନ ଦେଇଥିଲେ। ଉଭୟ ଖେଳାଳି ଘରୋଇ କ୍ରିକେଟରେ କର୍ନାଟକକୁ ପ୍ରତିନିଧିତ୍ୱ କରନ୍ତି। ସେମାନେ ପ୍ରଥମ ଇନିଂସରେ ଏକ ଶତକୀୟ ଭାଗୀଦାରି ମଧ୍ୟ କରିଥିଲେ।

ରାହୁଲ ଏହି ଆଶ୍ୱସ୍ତିର ଫାଇଦା ଉଠାଇ ପାରିଲେ ନାହିଁ। ସେ ୧୫ତମ ଓଭରର ଚତୁର୍ଥ ବଲରେ ଆଉଟ ହୋଇଥିଲେ, ଜୟସୂରିଆ ପୁଣି ଥରେ ବୋଲର ଥିଲେ। ରାହୁଲ ଏକ ବଡ଼ ସଟ ଚେଷ୍ଟା କରିଥିଲେ କିନ୍ତୁ ଶେଷରେ ବଲ ସିଧା ରତ୍ନନାୟକଙ୍କ ହାତକୁ ଯାଇଥିଲା। ସେ ୪୭ ବଲରୁ ୩୫ ରନ କରିଥିଲେ। ଏଥିରେ ଦୁଇଟି ଚୌକା ଏବଂ ଦୁଇଟି ଛକା ସାମିଲ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବରି; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

ଚମ୍ପତ ରାୟଙ୍କୁ କ୍ଲିନ୍‌ଚିଟ୍‌: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା,…

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri