Posted inଜାତୀୟ

ରାହୁଲ ଜଣେ ଯୋଦ୍ଧା, କାହାକୁ ଭୟ କରିବେ ନାହିଁ: ସୁପ୍ରିୟା

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପନୌତି ବୋଲି କହି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ ଏକ ନୋଟିସ୍‌ ଜାରି କରିଛନ୍ତି। ଏହା ଉପରେ ଭାଜପା ଓ ବିରୋଧୀ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଛି। ଜାତୀୟତାବାଦୀ କଂଗ୍ରେସ ଦଳର ଏମ୍‌ପି ସୁପ୍ରିୟା ସୁଲେ ରାହୁଲ ଗାନ୍ଧୀଙ୍କୁ ଜଣେ ଯୋଦ୍ଧା ବୋଲି କହିଛନ୍ତି। ସେ କହିଛନ୍ତି,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ସମ୍ପର୍କରେ ନିର୍ବାଚନ ଆୟୋଗ ଦେଇଥିବା ବିଜ୍ଞପ୍ତିକୁ ସେ ସଚ୍ଚୋଟ ଏବଂ ସମ୍ମାନର ସହ ଜବାବ ଦେବେ। ରାହୁଲ ଜଣେ ଯୋଦ୍ଧା ଏବଂ ସେ ଲଢିବେ। ମୋର ବିଶ୍ୱାସ ଅଛି ଯେ ସେ ସାହସର ସହିତ ଲଢିବେ ଏବଂ କାହାକୁ ଭୟ କରିବେ ନାହିଁ।
ଏକ ନିର୍ବାଚନ ରାଲିରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ପନୌତି ’ ବୋଲି କହିଛନ୍ତି। ଏହି ମନ୍ତବ୍ୟ ପାଇଁ ରାହୁଲ ଗାନ୍ଧୀଙ୍କୁ ନିର୍ବାଚନ ଆୟୋଗ ଏକ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୨୫ ନଭେମ୍ବର ସନ୍ଧ୍ୟା ସୁଦ୍ଧା ଉତ୍ତର ଦେବାକୁ ଆୟୋଗ ତାଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ…

ବଡ଼ ଖବର: ହର୍ମୁଜ ପାର କଲା ୩୦ ଭାରତୀୟ ଜାହାଜ, ଦୂର ହେବ LPG-LNG ସଙ୍କଟ, ଜାଣନ୍ତୁ ଏବେ କେତେ ଜାହାଜ ଫସି ରହିଛନ୍ତି

ତେହରାନ,୨୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଯୋଗୁ ହର୍ମୁଜ ପ୍ରଣାଳୀ ପୁନର୍ବାର ଖୋଲିଛି, ଯାହା ଫଳରେ ସେଠାରେ ଫସି ରହିଥିବା ଜାହାଜଗୁଡ଼ିକ ସେମାନଙ୍କର ଯାତ୍ରା…

ବିକ୍ରି ହୋଇନପାରି ପଡିରହିଛି ହଜାର ହଜାର ପ୍ୟାକେଟ ଧାନ, ଧାରଣାରେ ବସିଲେ ଚାଷୀ

ଅତାବିରା,୨୫ା୬(ଯୁଧିଷ୍ଠିର ମହାପାତ୍ର): ରବି ଫସଲ ଧାନ କିଣାବିକା ପ୍ରକ୍ରିୟା ଆଉ ମାତ୍ର ୫ ଦିନ ପରେ ଅର୍ଥାତ୍ ଜୁନ ୩୦ ତାରିଖ ଶେଷ ହେବାକୁ ଯାଉଛି ।…

ଦାରିଙ୍ଗବାଡି ଯାଉଥିବା ବେଳେ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

ଦାରିଙ୍ଗବାଡି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ…

ବିଜେଡିରେ ସୁଜାତା ସାମିଲ ହେବା ପରେ ଶଙ୍ଖ ଭବନରୁ ଆସିଲା ବଡ଼ ଖବର: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୬: ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri