Posted inଜାତୀୟ

ରାହୁଲ ଜଣେ ସହରୀ ମାଓବାଦୀ: ଏମିତି କହି ଗାଳି ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦ା୯:କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ସହରୀ ମାଓବାଦୀ’ ଭଳି କଥା କହୁଥିବା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଶୁକ୍ରବାର ଅଭିଯୋଗ କରିଛନ୍ତି। କଂଗ୍ରେସ ନେତା ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ସରକାରଙ୍କୁ ଉପାଡ଼ି ଫିଙ୍ଗିଦେବାକୁ ଜେନ୍‌ ଜିଙ୍କୁ ଆହ୍ବାନ ଦେଉଛନ୍ତି। ରାହୁଲ ସମ୍ବିଧାନରେ ବିଶ୍ୱାସ କରନ୍ତି ନାହିଁ। ତାଙ୍କ ଉପଦେଷ୍ଟାମାନଙ୍କ ମାନସିକତା ମଧ୍ୟ ସହରୀ ମାଓବାଦୀଙ୍କ ଭଳି।
ରାହୁଲ ଗୁରୁବାର ସନ୍ଧ୍ୟାରେ ଭୋଟ ଚୋରି ଅଭିଯୋଗକୁ ଦୋହରାଇବା ସହ ଦେଶର ଯୁବ, ଛାତ୍ର, ଜେନ୍‌ ଜି ସମ୍ବିଧାନର ରକ୍ଷା କରିବେ, ଗଣତନ୍ତ୍ରର ସୁରକ୍ଷା କରିବେ ଓ ଭୋଟ ଚୋରି ରୋକିବେ ବୋଲି କହିଥିଲେ। ରାହୁଲ ନିର୍ବାଚନ କମିଶନଙ୍କୁ ଟାର୍ଗେଟ କରିବା ପରିବର୍ତ୍ତେ ନିର୍ବାଚନରେ ବାରମ୍ବାର ପରାଜୟ ପାଇଁ ନିଜକୁ ଦାୟୀ କରିବା ଆବଶ୍ୟକ ବୋଲି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ କହିଛନ୍ତି। ରାହୁଲଙ୍କ ଭୋଟ ଚୋରି ଅଭିଯୋଗକୁ ନିର୍ବାଚନ କମିଶନ ମିଥ୍ୟା, ଭିତ୍ତିହୀନ କହି ପ୍ରତ୍ୟାଖ୍ୟାନ କରିଛି। ଉପଯୁକ୍ତ ପ୍ରକ୍ରିୟା ବିନା କୌଣସି ଭୋଟରଙ୍କୁ ବାଦ୍‌ ଦିଆଯାଇ ନ ଥାଏ ବୋଲି ଇସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri