Posted inଜାତୀୟ

ରାହୁଲ ନେଉଛନ୍ତି ସବୁ ନିଷ୍ପତ୍ତି

ନୂଆଦିଲ୍ଲୀ, ୬।୯(ଆଇଏଏନ୍‌ଏସ୍‌): ୨୦୧୯ ସାଧାରଣ ନିର୍ବାଚନ ସମେତ ଏକାଧିକ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ରାହୁଲ ଗାନ୍ଧୀ ଦଳ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ସୋନିଆ ଦଳର ମଙ୍ଗ ଧରିଥିଲେ। ସେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ହୋଇଥିଲେ ମଧ୍ୟ ସମସ୍ତ ବୈଠକ ରାହୁଲଙ୍କ ବାସଭବନରେ ହେଉଛି ଓ ସବୁ ନିଷ୍ପତ୍ତି ସେ ନେଉଛନ୍ତି, ଯାହା ତାଙ୍କୁ ଦଳର ବାସ୍ତବ ନେତାରେ ପରିଣତ କରିଛି। ନେତୃତ୍ୱ ପରିବର୍ତ୍ତନ ପାଇଁ ଗତବର୍ଷ ସୋନିଆଙ୍କୁ ପତ୍ର ଲେଖିଥିବା ୨୩ ଜଣ ଅସନ୍ତୁଷ୍ଟ ନେତା ରାହୁଲଙ୍କ କାର୍ଯ୍ୟକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେମାନେ ଯେଉଁ ପ୍ରସଙ୍ଗ ଉଠାଇଥିଲେ ତାହା ସେହିଭଳି ରହିଛି। ନେତୃତ୍ୱ ପରିବର୍ତ୍ତନ ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ନିଆଯାଇପାରୁ ନ ଥିବା ସେମାନେ କହିଛନ୍ତି। ଅସନ୍ତୁଷ୍ଟ ନେତାଙ୍କ ମଧ୍ୟରୁ ଅଧିକାଂଶଙ୍କୁ ବିଭିନ୍ନ ଦଳୀୟ କମିଟିରେ ଥଇଥାନ କରାଯାଇଥିଲେ ମଧ୍ୟ ପରାମର୍ଶ ପ୍ରକ୍ରିୟାରେ ସେମାନଙ୍କୁ ସାମିଲ କରାଯାଇନାହିଁ। ଏହା ସେମାନଙ୍କୁ କ୍ଷୁବ୍ଧ କରିଛି। ଛତିଶଗଡ଼ ହେଉ କି ପଞ୍ଜାବ କଂଗ୍ରେସ ବିବାଦ ପ୍ରସଙ୍ଗ, ସବୁ ବୈଠକ ରାହୁଲଙ୍କ ୧୨, ତୁଗଲକ୍‌ ଲେନ୍‌ ବାସଭବନରେ ବସୁଛି। ସେଠାରେ ବସିଥିବା ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଟି.ଏସ୍‌. ସିଂଦେଓ ଏବଂ ଭୂପେଶ ବାଘେଲ ଉପସ୍ଥିତ ଥିଲେ। ତେଣୁ କଂଗ୍ରେସ ନୁହେଁ ସବୁ ନିଷ୍ପତ୍ତି ରାହୁଲ ନେଇଥିବା ସ୍ପଷ୍ଟ ହୋଇଛି। ସେହିପରି ପଞ୍ଜାବ ପ୍ରସଙ୍ଗ ରାହୁଲଙ୍କ ବାସଭବନରେ ସମାଧାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri