Posted inଜାତୀୟ

ରାଜୀବଙ୍କ ତୁଳନାରେ ରାହୁଲ ବେଶୀ ବୁଦ୍ଧିଆ: ପିଟ୍ରୋଡା

ନୂଆଦିଲ୍ଲୀ,୪ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତୁଳନାରେ ବେଶୀ ବୁଦ୍ଧିମାନ। ଏପରି କି ରଣନୈତିକ ଦୃଷ୍ଟିରୁ ବି ସେ ତାଙ୍କ ବାପାଙ୍କଠାରୁ ଅଧିକ ସକ୍ଷମ ବୋଲି ବୁଧବାର ଗାନ୍ଧୀ ପରିବାରର ଘନିଷ୍ଠ ତଥା ଓଭରସିଜ୍‌ କଂଗ୍ରେସ ମୁଖ୍ୟ ସାମ୍‌ ପିଟ୍ରୋଡା କହିଛନ୍ତି।

ନ୍ୟୁଜ୍‌ ଏଜେନ୍ସି ପିଟିଆଇକୁ ସାକ୍ଷାତ୍‌କାର ଦେଇ ବରିଷ୍ଠ କଂଗ୍ରେସ ନେତା ସାମ୍‌ ପିଟ୍ରୋଡା କହିଛନ୍ତି, ଭବିଷ୍ୟତ ପ୍ରଧାନମନ୍ତ୍ରୀ ରୂପେ ରାହୁଲଙ୍କ ନିକଟରେ ସବୁ ପ୍ରକାର ଗୁଣ ରହିଛି। ରାହୁଲ ବିଦେଶ ଗସ୍ତରେ ଥିବାବେଳେ ଦେଉଥିବା ମନ୍ତବ୍ୟକୁ ଭାଜପା ସମାଲୋଚନା କରିବା ଶାସକ ଦଳର ନିର୍ବୋଧତା। ରାହୁଲ ଆସନ୍ତା ୮ରେ ଆମେରିକା ଗସ୍ତ କରି ୧୦ ତାରିଖ ପର୍ଯ୍ୟନ୍ତ ରହିବେ।

ଏହି ଅବସରରେ ସେ କ୍ୟାପିଟୋଲ ହିଲ୍‌ରେ ବିଭିନ୍ନ ଲୋକଙ୍କୁ ସାକ୍ଷାତ କରିବେ। ସେହିପରି ଜର୍ଜଟାଉନ୍‌ ୟୁନିଭର୍ସିଟିରେ ମଧ୍ୟ ରାହୁଲଙ୍କ ଭାବବିନିମୟ କାର୍ଯ୍ୟକ୍ରମ ରହିଛି। ଲୋକ ସଭାର ବିରୋଧୀ ଦଳ ନେତା ହେବା ପରେ ଏହା ରାହୁଲଙ୍କ ପ୍ରଥମ ବିଦେଶ ଗସ୍ତ ବୋଲି ପିଟ୍ରୋଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର…

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…

ଶେଷ କଲ୍‌, ଶେଷ ଉଡ଼ାଣ… ଅଜିତ ପାଓ୍ବାରଙ୍କ ପରିଚାରିକା ପିଙ୍କି ମାଲିଙ୍କ କାହାଣୀ ସମସ୍ତଙ୍କ ଆଖିରେ ଆଣିବ ଲୁହ

ମୁମ୍ବାଇ,୨୮ା୧: ବାରାମତି ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ସମେତ ଆଉ ୫ ଜଣଙ୍କର ମଧ୍ୟ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri