Posted inଜାତୀୟ

ମୋଦିଙ୍କ ପାଇଁ ରାହୁଲ ଟିଆରପି ସଦୃଶ: ମମତା

କୋଲକାତା,୧୯।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାହୁଲ ଗାନ୍ଧୀଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି। ଯଦି ରାହୁଲ ଗାନ୍ଧୀ ବିରୋଧୀ ଦଳର ନେତା ହୋଇ ରହନ୍ତି ତେବେ ନରେନ୍ଦ୍ର ମୋଦିଙ୍କୁ କେହି ପରାସ୍ତ କରିପାରିବେ ନାହିଁ। ରାହୁଲ ମୋଦିଙ୍କ ପାଇଁ ଟିଆରପି ପରି। ମୁର୍ସିଦାବାଦରେ ଏକ ଭର୍ଚୁଆଲ ମିଟିଂ ସମୟରେ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରି ମମତା ଏହା କହିଛନ୍ତି।
ସାଗରଡି ଉପନିର୍ବାଚନରେ ଟିଏମସିର ପରାଜୟକୁ ନେଇ ମମତା କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଉପନିର୍ବାଚନ ସମୟରେ ଅଧୀର ରଞ୍ଜନ ଆରଏସଏସ-ସିପିଏମ ସହ ଯୋଜନା ପ୍ରସ୍ତୁତ କରିଥିଲେ। ସେ କଂଗ୍ରେସର ନୁହେଁ, ଭାଜପାର ଏକ ନମ୍ବର ନେତା। ଭାଜପା ଚାହୁଁଛି ରାହୁଲ ଗାନ୍ଧୀ ବିରୋଧୀଦଳର ମୁଖ୍ୟ ହୋଇ ରୁହନ୍ତୁ । ଏହାଦ୍ୱାରା ସେମାନଙ୍କ ଫାଇଦା ହେବ। ଆମେ ଚାହୁଁ ସଂସଦର ପ୍ରକ୍ରିୟା ସୁରୁଖୁରୁରେ ଚାଲୁ। ଆମେ ଆଦାନୀ ପ୍ରସଙ୍ଗରେ ଆଲୋଚନା ଚାହୁଁ।
ବିଗତ ଦିନରେ ରାହୁଲ ଗାନ୍ଧୀଙ୍କୁ ଟିଏମସି ଅନେକ ଥର ଟାର୍ଗେଟ୍‌ କରିଛି। ଟିଏମସି କଂଗ୍ରେସକୁ ବିରୋଧୀ ଦଳ ଦେଖୁନାହିଁ। କିଛି ଦିନ ପୂର୍ବରୁ ମମତା ବାନାର୍ଜୀ ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ତଥା ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କୁ ମଧ୍ୟ ଭେଟିଥିଲେ। ଏହି ସାକ୍ଷାତ ପରେ କୁହାଯାଉଛି ଯେ, ଏକ ନୂଆ ଫ୍ରଣ୍ଟ ଗଠନ ପାଇଁ ଦୁଇ ନେତାଙ୍କ ମଧ୍ୟରେ ଏକ ଚୁକ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ଟେନସନ ବଢାଇଲେ ଜଣେ ପୂର୍ବତନ ଭାଜପା ନେତା? ଜାଣନ୍ତୁ କ’ଣ କଲେ

ଲକ୍ଷ୍ନୌ,୧୬।୯: ଉତ୍ତର ପ୍ରଦେଶ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ବର୍ଦ୍ଧିତ ଆହ୍ବାନର ସମ୍ମୁଖୀନ ହୋଇପାରେ। କର୍ଣ୍ଣି ସେନା ରାଜ୍ୟରେ ୫୦ଟି ଆସନରେ ନିର୍ବାଚନ ଲଢ଼ିବାକୁ ଯୋଜନା…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?