ଆଜି ଆସିବେ ରାହୁଲ, ଖାର୍ଗେ

ଭୁବନେଶ୍ୱର,୧୧ା୭(ରବିନାରାୟଣ ଜେନା): ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଶୁକ୍ରବାର ଆୟୋଜିତ ହେବ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ। ଏଥିରେ ଯୋଗଦେବେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହିତ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ। ସମାବେଶକୁ ସଫଳ କରିବାପାଇଁ କଂଗ୍ରେସ ନେତୃବୃନ୍ଦ ଦିନରାତି ଏକାଠି କରିଦେଇଛନ୍ତି। ତୃଣମୂଳସ୍ତରରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ସବୁଆଡ଼େ ପୋଷ୍ଟର ବ୍ୟାନର ଛାଇଗଲାଣି। ହେଲେ ଏତିକି ବେଳେ ଡ୍ରାଇଭର ମହାସଂଘର ଆନ୍ଦୋଳନ ସମାବେଶରେ କେଁ କରିବ ବୋଲି ଆଶଙ୍କା କରାଯାଉଛି। ଏହାକୁ ନେଇ ରାଜନୈତିକ ବାଦ ବିବାଦ ଲାଗି ରହିଛି। ଅନ୍ୟପକ୍ଷରେ କଂଗ୍ରେସ ରାଜ୍ୟରେ ବଢ଼ିଚାଲିଥିବା ନାରୀ ନିର୍ଯାତନା, କୃଷକ ଅବହେଳାଠାରୁ ଆରମ୍ଭ କରି ଆଦିବାସୀ ଓ ପଛୁଆବର୍ଗଙ୍କୁ ସରକାରଙ୍କ ପକ୍ଷପାତିତା ସହିତ ହଇଜା ଓ ଅପପୁଷ୍ଟି ଭଳି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରୁଛି। ଏତିକିବେଳେ ରାହୁଲଙ୍କ ଗସ୍ତ ରାଜ୍ୟ କଂଗ୍ରେସକୁ କିଭଳି ବରଦାନ ହେଉଛି ତାକୁ ନେଇ ରାଜନୈତିକ ମହଲରେ ଉତ୍ସୁକତାର ସହ ଅପେକ୍ଷା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri