ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ତାକୁ ଜେଲ ହାଜତକୁ ପଠାଇ ଦିଆଯାଇଛି ।
ସୂଚନା ଅନୁଯାୟୀ, ରାହୁଲ ଦେବଗଡ ଥାନାଂଚଳର ଜଣେ ୧୬ ବର୍ଷର ନାବାଳିକାଙ୍କୁ ପ୍ରେମଫାଶରେ ଫଶାଇବା ସହ ଜିଲା ବାହାରକୁ ନେଇ ତାଙ୍କୁ ବଳାତ୍କାର କରିଥିଲା। ଅନ୍ୟପକ୍ଷରେ ସମ୍ପୃକ୍ତ ନାବାଳିକାଙ୍କ ମା’ ତାଙ୍କ ଝିଅ ନିଖୋଜ ଥିବା ଏବଂ ତାଙ୍କୁ ରାହୁଲ ଅପହରଣ କରି ନେଇଥିବା ଦେବଗଡ ଥାନାରେ ଲିଖିତ ଅଭିଯୋଗ କରିବାରୁ ପୋଲିସ ଏକ ଅପହରଣ ମାମଲା ଋଜୁକରି ଘଟଣାର ତଦନ୍ତ ଚଳାଇଥିଲା। ଉକ୍ତ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତ ରାହୁଲକୁ ଗିରଫ କରିଥିଲା । ନାବାଳିକାଙ୍କ ଅନିଚ୍ଛା ସତ୍ତ୍ୱେ ରାହୁଲ ତାଙ୍କୁ ଅପହରଣ କରିବା ସହ ତାଙ୍କୁ ବଳାତ୍କାର କରିଥିବା ତଦନ୍ତ ବେଳେ ଜଣାପଡିବାରୁ ପୋଲିସ ପକ୍ସୋ ଆକ୍ଟ ସମେତ ବିଏନଏସ୍ର ଅପହରଣ ଓ ବଳାତ୍କାର ମାମଲାରେ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଅନ୍ୟପକ୍ଷରେ ପୀଡିତା ନାବାଳିକାଙ୍କୁ ଶିଶୁ ମଙ୍ଗଳ ସମିତି ସମ୍ମୁଖରେ ଉପସ୍ଥାପନ ପରେ ସଖି କେନ୍ଦ୍ରରେ ଅସ୍ଥାୟୀ ଭାବେ ଆଶ୍ରୟ ଦିଆଯାଇଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri