Posted inଖେଳ

ପାକିସ୍ତାନ ଆଗରେ ୩୫୭ ରନ୍‌ ଟାର୍ଗେଟ୍‌

କଲମ୍ବୋ,୧୧ା୯: କଲମ୍ବୋ ସ୍ଥିତ ଆର୍‌.ପ୍ରେମାଦାସ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ସୋମବାର ରିଜର୍ଭ ଡେରେ ଖେଳାଯାଇଥିବା ଏସିଆ କପ୍‌ ସୁପର-୪ ମ୍ୟାଚ୍‌ରେ ବିରାଟ କୋହଲି ଏବଂ କେ.ଏଲ ରାହୁଲଙ୍କ ଦମ୍‌ଦାର ଶତକ ବଳରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୨ ଉଇକେଟ ହରାଇ ୩୫୬ ରନ୍‌ କରିବାରେ ସକ୍ଷମ ହୋଇଛି। ଫଳରେ ପାକିସ୍ତାନ ଆଗରେ ୩୫୭ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ଭାରତ।

ସୋମବାର ପୁଣି ବର୍ଷା କାରଣରୁ ମ୍ୟାଚ୍‌ ବିଳମ୍ବ ହେଲେ ସୁଦ୍ଧା ୫୦ ଓଭର ମ୍ୟାଚ୍‌ ଖେଳିବାକୁ ନିଷ୍ପତ୍ତି ନିଆଯାଇଥିଲା। ଫଳରେ ବିରାଟ କୋହଲି ଏବଂ ଲୋକେଶ ରାହୁଲ ପୁଣି ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲେ। ହେଲେ ଦୁହେଁ ଧର୍ଯ୍ୟର ସହ ବ୍ୟାଟିଂ କରିଥିଲେ। ବିରାଟ ୯୪ ବଲ୍‌ ଖେଳି ୯ ଚୌକା ଏବଂ ୩ ଛକା ସହାୟତାରେ ୧୨୨ ରନ୍‌ର ମହତ୍ତ୍ୱପୂର୍ଣ୍ଣ ଇନି୍‌ଂସ ଖେଳିଥିଲେ। ସେହିପରି ଲୋକେଶ ରାହୁଲ ମଧ୍ୟ ୧୦୬ ବଲ୍‌ ଖେଳି ୧୨ ଚୌକା ୨ ଛକା ସହାୟତାରେ ୧୧୧ ରନ୍‌ର ଦମ୍‌ଦାର ଇନି୍‌ଂସ ଖେଳିଥିଲେ। ଅଧିନାୟକ ରୋହିତ ଶର୍ମା ୫୬ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ଶୁବମାନ ଗିଲ୍‌ ୫୮ ରନ୍‌ କରିଥିଲେ। ଫଳରେ ଭାରତ ୩୫୬ ରନ୍‌ର ବିଶାଳ ସ୍କୋର କରିବାରେ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?