Posted inଜାତୀୟ

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା ବ୍ୟବସ୍ଥାରେ ଦେଖାଦେଇଥିବା ବିଭିନ୍ନ ତ୍ରୁଟିକୁ ନେଇ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିବା ସହ ସରକାର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ ଖେଳୁଥିବା ଅଭିଯୋଗ କରିଛନ୍ତି।
ରାହୁଲ ଗାନ୍ଧୀ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଏକ୍ସ’ (X) ରେ ଏକ ପୋଷ୍ଟ ଶେୟାର କରି ୩ଟି ଭିନ୍ନ ଭିନ୍ନ ସମସ୍ୟା ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଯେ, ନିଟ୍‌ ପେପର ଲିକ ଘଟଣା ଯୋଗୁ ଦେଶର ୨୨ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାରକୁ ଚାଲିଯାଇଛି। ସିବିଏସଇ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଓଏସ୍‌ଏମ୍‌ (OSM) ସିଷ୍ଟମର ତ୍ରୁଟି ଯୋଗୁ ଆଶାଠାରୁ ବହୁତ କମ ମାର୍କ ମିଳିଛି। ଫଳରେ ଅନେକ ଯୋଗ୍ୟ ଛାତ୍ରଛାତ୍ରୀ କଲେଜରେ ଆଡମିଶନ କରିବାର ସୁଯୋଗ ହରାଇଛନ୍ତି। ଏବେ ସିବିଏସଇ ନବମ ଶ୍ରେଣୀର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଜୁଲାଇ ୧ ରୁ ଏକ ନୂଆ ଭାଷା ପଢ଼ିବାକୁ କୁହାଯାଉଛି। କିନ୍ତୁ ଏଥିପାଇଁ ନା ଅଛନ୍ତି ଶିକ୍ଷକ, ନା ଅଛି ପାଠ୍ୟପୁସ୍ତକ। ପରିସ୍ଥିତି ଏପରି ହୋଇଛି ଯେ ‘ଟ୍ରାଞ୍ଜିସନାଲ ବ୍ୟବସ୍ଥା’ ନାମରେ ୧୪ ବର୍ଷର ଛାତ୍ରଛାତ୍ରୀଙ୍କୁ ଷଷ୍ଠ ଶ୍ରେଣୀର ବହି ଦିଆଯାଉଛି।
କେବଳ ଏତିକି ନୁହେଁ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ  ଟାର୍ଗେଟ କରି ସେ କହିଛନ୍ତି, “ତିନୋଟି ପରୀକ୍ଷା, ତିନୋଟି ଭିନ୍ନ ବୟସ ଗ୍ରୁପ, କିନ୍ତୁ ମନ୍ତ୍ରୀ ଜଣେ। ଧର୍ମେନ୍ଦ୍ର ପ୍ରଧାନ କେବଳ ଗୋଟିଏ ଥର ବିଫଳ ହୋଇନାହାନ୍ତି, ବରଂ ସେ ଏକ ସମୟରେ ଦେଶର ପ୍ରତ୍ୟେକ ବୟସର ଛାତ୍ରଛାତ୍ରୀଙ୍କୁ ନିରାଶ କରିଛନ୍ତି।”

ଶିକ୍ଷା ମନ୍ତ୍ରଣାଳୟ ଉପରେ ଗମ୍ଭୀର ଅଭିଯୋଗ ଆଣି ରାହୁଲ କହିଛନ୍ତି ଯେ ମନ୍ତ୍ରଣାଳୟର ପ୍ରତ୍ୟେକ ନିଷ୍ପତ୍ତି ପିଲାମାନଙ୍କୁ ଅନିଶ୍ଚିତତା ଆଡ଼କୁ ଠେଲି ଦେଉଛି। ବାରମ୍ବାର ଗଡ଼ବଡ଼ ସତ୍ତ୍ୱେ କାହାରିକୁ ଦାୟୀ କରାଯାଉ ନାହିଁ। ଶିକ୍ଷା ମନ୍ତ୍ରଣାଳୟ ଏବେ ‘ବିପର୍ଯ୍ୟୟର ବିଭାଗ’ (Ministry of Disasters) ପାଲଟି ଯାଇଛି। ଶିକ୍ଷା ମନ୍ତ୍ରୀଙ୍କ କାର୍ଯ୍ୟକାଳ ମଧ୍ୟରେ ବାରମ୍ବାର ପେପର ଲିକ ହେଉଥିଲେ ମଧ୍ୟ ପ୍ରଧାନମନ୍ତ୍ରୀ ତାଙ୍କୁ ବରଖାସ୍ତ କାହିଁକି କରୁନାହାନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍‌ରେ ଛତ୍ରପୁର ଅନସ୍ଲୋ…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?