Posted inଖେଳ

ଟସ୍‌ ଜିତିବା ପରେ ବି ନିରାଶ ହେଲା ଇଂଲଣ୍ଡ

ଲଡର୍‌ସ, ୧୨।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ପ୍ରଥମ ଦିନରେ ସମ୍ପୂର୍ଣ୍ଣ ପ୍ରଭାବୀ ପ୍ରଦର୍ଶନ କରିଛି ଭାରତୀୟ ଦଳ। ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଘରୋଇ ଦଳର ଅଧିନାୟକ ଜୋ ରୁଟ୍‌। ତାଙ୍କୁ ନିରାଶ କରିଥିଲେ ଲୋକେଶ ରାହୁଲ। କିନ୍ତୁ ଶେଷ ଆଡ଼କୁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଉଇକେଟ କିଛିଟା ସାନ୍ତ୍ୱନା ଦେଇଛି। ପ୍ରଥମ ଦିନ ଶେଷ ସୁଦ୍ଧା ଟିମ୍‌ ଇଣ୍ଡିଆ ମାତ୍ର ୩ ଉଇକେଟ ହରାଇ ୨୭୬ ରନ୍‌ କରିଛି।

ଆରମ୍ଭରୁ ରୋହିତ ଶର୍ମାଙ୍କ ସହ ପାଚେରୀ ଭଳି ଛିଡ଼ା ହୋଇଥିଲେ ରାହୁଲ। ଏହି ଓପନିଂ ଯୋଡ଼ି ଦଳୀୟ ସ୍କୋରରେ ଯୋଡ଼ିଥିଲା ୧୨୬ ରନ୍‌। ଶତକ ପାଖରେ ପହଞ୍ଚିବା ପରେ ଜିମ୍ମି ଆଣ୍ଡରସନଙ୍କ ବଲରେ କ୍ଲିନ ବୋଲ୍ଡ ହୋଇଥିଲେ ରୋହିତ। ତାଙ୍କ ୮୩ ରନ୍‌ର ଇନିଂସରେ ସାମିଲ ଥିଲା ୧୧ ଚୌକା ଓ ୧ ଛକା। ତୁରନ୍ତ ପରେ ପଡ଼ିଥିଲା ଚେତେଶ୍ୱର ପୂଜାରା (୯)ଙ୍କ ଉଇକେଟ। ଏଭଳି ପରିସ୍ଥିତିରେ ରାହୁଲଙ୍କ ସହ ଭାର ସମ୍ଭାଳିଥିଲେ ଅଧିନାୟକ କୋହଲି। ଦୁହେଁ ୩ୟ ଉଇକେଟ ଲାଗି ୧୧୭ ରନ୍‌ ଯୋଡ଼ିଥିଲେ। ଖେଳ ଦେଖି ଲାଗୁଥିଲା କୋହଲି ଏକ ବଡ଼ ଇନିଂସ ଖେଳିବେ। କିନ୍ତୁ ୪୨ ରନ୍‌ରେ ଆଉଟ୍‌ ହୋଇଥିଲେ ଅଧିନାୟକ। ଇତି ମଧ୍ୟରେ ରାହୁଲ ଟେଷ୍ଟ କ୍ୟାରିୟରର ୬ଷ୍ଠ ଶତକ ପୂରଣ କରିଥିଲେ। ପରେ ଘରୋଇ ବୋଲରଙ୍କୁ ଆଉ ଉଇକେଟ ନେବାକୁ ସୁଯୋଗ ଦେଇ ନ ଥିଲା ଅଜିଙ୍କ୍ୟ ରାହାନେ ଓ ରାହୁଲଙ୍କ ଯୋଡ଼ି। ଫଳରେ ପ୍ରଥମ ଦିନ ଶେଷ ସୁଦ୍ଧା ଭାରତ ୩ ଉଇକେଟ ହରାଇ ୨୭୬ ରନ୍‌ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ରାହୁଲ ୧୨୭ (୧୨ ଚୌକା ଓ ୧ ଛକା) ଓ ରାହାନେ ୧ ରନ୍‌ରେ ଅପରାଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?