ଜଙ୍ଗଲରେ ନିଆଁ ଲିଭାଇଲେ ରାହୁଲ

ଦାରିଙ୍ଗବାଡି,୩୧।୫(ଡି.ଏନ.ଏ): ଜଙ୍ଗଲରେ ନିଆଁ ଲିଭାଇ ଦାରିଙ୍ଗବାଡିର ରାହୁଲ ଏବେ ଚର୍ଚ୍ଚାରେ। ଏନେଇ ସବୁ ମହଲରୁ ତାଙ୍କୁ ପ୍ରଶଂସାର ସୁଅ ଛୁଟିଛି।
ସୂଚନାଯୋଗ୍ୟ, କନ୍ଧମାଳ ଜିଲା କ.ନୂଆଗାଁ ବନାଞ୍ଚଳର ର୍ସିତ୍ତିଗୁଡା ନିକଟ କନ୍ଦିବାନ୍ଦା ଜଙ୍ଗଲରେ ମଙ୍ଗଳବାର ଦୃବୁର୍ତ୍ତ ନିଆଁ ଲଗାଇ ଦେଇଥିଲେ। ସେହି ରାସ୍ତା ଦେଇ ଯାଉଥିବା ରାହୁଲ ନିଆଁ ଦେଖି ଲିଭାଇବାକୁ ଚେଷ୍ଟା କରିଥିଲେ। ଏଥିସହ ସେ ଜଙ୍ଗଲର ନିଆଁକୁ ଆୟତ୍ତ କରିବା ଲାଗି ଅଗ୍ନିଶମ ବିଭାଗକୁ ଫୋନ କରି ଡାକିଥିଲେ। ଅଗ୍ନିଶମ ବିଭାଗ ଏବଂ ରାହୁଲଙ୍କର ଅକ୍ଲାନ୍ତ ପରିଶ୍ରମରେ ଜଙ୍ଗଲରେ ନିଆଁ ଲିଭି ଯାଇଥିଲା। ଯାହାଦ୍ୱାରା ଏକ ବଡ ବିପଦକୁ ରକ୍ଷା ମିଳିଥିଲା।

ସେହି ସାହାସୀ ଯୁବକ ଜଣକ ହେଉଛନ୍ତି ଦାରିଙ୍ଗବାଡିର ରାହୁଲ କୁମାର ସାହୁ। ତାଙ୍କ ନିଆଁ ଲିଭାଇବା ବେଳର ଭିଡିଓ ଫୋଟ ଭାଇରଲ ହେବା ପରେ ରାହୁଲଙ୍କୁ ସବୁଠି ପ୍ରଂଶସା କରାଯାଇଛି। ରାହୁଲ କୁହନ୍ତି, ଜଙ୍ଗଲକୁ ସୁରକ୍ଷା ଦେବା କେବଳ ଜଙ୍ଗଲ ଓ ପରିବେଶ ବିଭାଗର କାମ ନୁହଁ ଏହା ଆମ ସମସ୍ତଙ୍କ ଦାୟିତ୍ୱ। ତେଣୁ ସମସ୍ତେ ମିଶି ଜଙ୍ଗଲକୁ ସୁରକ୍ଷା ଦେବା ଆବଶ୍ୟକ। ଦିନକୁ ଦିନ ଜଳବାୟୁରେ ପରିବର୍ତ୍ତନ ଯୋଗୁ କନ୍ଧମାଳ ଭଳି ପ୍ରଦ୍ୟୁଷଣ ମୁକ୍ତ ଅଞ୍ଚଳରେ ଅସହ୍ୟ ଗରମ ଗୁଳୁଗୁଳି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଆମ ପରିବେଶକୁ ସୁରକ୍ଷା ଦେବାକୁ ପଡିବ ବୋଲି ରାହୁଲ କହିଛନ୍ତି।
ଏଠାରେ କହି ରଖୁଛୁ କି, କ.ନୂଆଗାଁ ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ନିୟମିତ ନିଆଁ ଲାଗିବାର ଖବର ପ୍ରକାଶ ପାଉଛି। ଶାଳମଞ୍ଜି ସଂଗ୍ରହ କରୁଥିବା ଲୋକମାନେ ଏହି ଜଙ୍ଗଲରେ ଦିନ କାଟୁଛନ୍ତି। ତେବେ ସେମାନଙ୍କ ମଧ୍ୟରୁ କେହି ନିଆଁ ଲଗାଇଥାଇପାରନ୍ତି ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri