ଦୁଇ ଦୁଇ ଥର ଛାଡପତ୍ର ପାଇବା ପରେ ୧୮ ବର୍ଷ ସାନ ରୁଷୀୟ ମଡେଲଙ୍କ ହାତ ଧରିଛନ୍ତି ଏହି ସେଲିବ୍ରିଟି; ବିବାହ ପରେ..

ବମ୍ବେ: ବିଭିନ୍ନ ଟେଲିଭିଜନ ଶୋ’ରେ ନଜର ଆସୁଥିବା ରାହୁଲ ମହାଜନ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବିଶେଷକରି ବ୍ୟକ୍ତିଗତ ଜୀବନ ତାଙ୍କର ଖବର ଶିରୋନାମା ପାଲଟିଥାଏ। ତେବେ ୨୦୦୮ରେ ସମାନ ଶୋ’ରେ ତାଙ୍କୁ ଦେଖିବାକୁ ମିଳିଥିଲା। ସେତେବେଳେ ଅନ୍ୟତମ ପ୍ରତିଯୋଗୀ ପାୟଲ ରୋହତଗୀଙ୍କ ନିକଟତର ହେବାକୁ ଚେଷ୍ଟା କରିଥିଲେ ସେ। କିଛି ଦିନ ଏହା ଚର୍ଚ୍ଚାରେ ରହିଥିଲା। ସେବେଠାରୁ ଏବେ ପର୍ଯ୍ୟନ୍ତ ରାହୁଲଙ୍କ ବ୍ୟକ୍ତିଗତ ଜୀବନ ଚର୍ଚ୍ଚାରେ ରହିଆସିଛି।

୨୦୦୬ରେ ସେ ଶ୍ୱେତା ସିଂହଙ୍କୁ ବିବାହ କରିଥିଲେ। ଦୀର୍ଘ ବର୍ଷ ଧରି ତାଙ୍କ ସହ ରହିବା ପରେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ ସେ। ହେଲେ ଗୋଟିଏ ବର୍ଷ ପରେ ୨୦୦୭ରେ ତାଙ୍କୁ ଛାଡ଼ପତ୍ର ଦେଇଥିଲେ। ଏପରିକି ସେ ସ୍ତ୍ରୀ ତାଙ୍କ ଉପରେ ଘରୋଇ ହିଂସାର ଅଭିଯୋଗ ଲଗାଇଥିଲେ। ୨୦୦୮ରେ ଉଭୟଙ୍କ ଛାଡ଼ପତ୍ର ଉପରେ ମୋହର ଲାଗିଥିଲା।

ପ୍ରଥମ ବିବାହ ଭାଙ୍ଗିବା ପରେ ସ୍ବୟମ୍ବର କରି ବିବାହ ନିମନ୍ତେ ପାତ୍ରୀ ଖୋଜିଥିଲେ ରାହୁଲ। ରିଆଲିଟି ଶୋ’ରେ ବର ସାଜି ଡିମ୍ପି ଗାଙ୍ଗୁଲୀଙ୍କୁ ବିବାହ ମଧ୍ୟ କରିଥିଲେ ସେ। ହେଲେ ପ୍ରଥମ ସ୍ତ୍ରୀଙ୍କ ଭଳି ଡିମ୍ପି ମଧ୍ୟ ଘରୋଇ ହିଂସା ନେଇ ଅଭିଯୋଗ କରି ୨୦୧୫ରେ ରାହୁଲଙ୍କୁ ଛାଡ଼ପତ୍ର ଦେଇଥିଲେ। ଏବେ ଡିମ୍ପି ଅନ୍ୟତ୍ର ବିବାହ କରିସାରିଲେଣି।

ରାହୁଲ ଏବେ ରୁଷିୟ ମଡେଲ ନତାଲ୍ୟା ଇଲିନାଙ୍କ ହାତ ଧରିଛନ୍ତି। ତୃତୀୟ ସ୍ତ୍ରୀ ଇଲିନା ରାହୁଲଙ୍କ ପାଇଁ ଧର୍ମ ପରିବର୍ତ୍ତନ କରି ହିନ୍ଦୁ ଧର୍ମ ଗ୍ରହଣ କରିଛନ୍ତି। ଉଭୟଙ୍କ ମଧ୍ୟରେ ୧୮ ବର୍ଷର ତଫାତ ରହିଛି। ବିବାହ ବେଳେ ରାହୁଲ ୪୩ ବର୍ଷର ହୋଇଥିବା ବେଳେ ଇଲିନାଙ୍କୁ ହୋଇଥିଲା ମାତ୍ର ୨୫ ବର୍ଷ। ଦେଖିବାକୁ ସେ ବହୁତ ସୁନ୍ଦର ଏବଂ ଗ୍ଲାମରସ୍‌ ମଧ୍ୟ। ଏବେ ସୋସିଆଲ ମିଡିଆରେ ଆକ୍ଟିଭ୍‌ ଥିବା ରାହୁଲ ଉଭୟଙ୍କ ଏକାଧିକ ଫଟୋ ଶେୟାର ମଧ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri