Posted inଜାତୀୟ

ଏମ୍‌ପି ପଦ ହରାଇପାରନ୍ତି ରାହୁଲ

ନୂଆଦିଲ୍ଲୀ,୨୪ା୩:କଂଗ୍ରେସ ନେତା ରହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ମନ୍ତବ୍ୟ ମାମଲାରେ ଗୁରୁବାର ଗୁଜରାଟର ସୁରଟସ୍ଥିତ ଏକ କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି। ଅଦାଲତଙ୍କ ଏହି ରାୟ ପରେ ରାହୁଲ ଏମ୍‌ପି ପଦ ହରାଇପାରନ୍ତି। ପାର୍ଲାମେଣ୍ଟର ଏକ ଆଇନ ଅନୁସାରେ ତାଙ୍କ ସଦସ୍ୟତା ରଦ୍ଦ କରାଯାଇପାରେ।
ଆପରାଧିକ ମାନହାନି ମାମଲାରେ ରାହୁଲ ଭାରତୀୟ ପିଙ୍ଗଳ କୋଡ୍‌ (ଆଇପିସି) ଦଫା ୪୪୯ ଓ ୫୦୦ ବଳରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କ ଦଣ୍ଡାଦେଶକୁ ୩୦ ଦିନ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଅପିଲ ପାଇଁ ତାଙ୍କୁ ଏହି ସମୟ ଦିଆଯାଇଛି। ତେବେ ଏହା ଏକ ଅସଙ୍ଗତ, ତ୍ରୁଟିପୂର୍ଣ୍ଣ ଏବଂ ଉପର କୋର୍ଟରେ ବଳବତ୍ତର ନ ରହିବା ଭଳି ରାୟ। ଏହି ରାୟକୁ ଉଚ୍ଚତର ଅଦାଲତରେ ଚ୍ୟାଲେଞ୍ଜ କରାଯିବ। ଏହା ଉପରେ ଖୁବ୍‌ଶୀଘ୍ର ସ୍ଥଗିତାଦେଶ ଜାରି ସହ ରାୟକୁ ଖାରଜ କରାଯିବ ବୋଲି ବରିଷ୍ଠ କଂଗ୍ରେସ ନେତା ତଥା ସୁପ୍ରିମକୋର୍ଟ ଆଇନଜୀବୀ ଅଭିଷେକ ମନୁ ସିଂଘଭି କହିଛନ୍ତି। ସିଂଘଭି ଆହୁରି କହିଛନ୍ତି, ଗୁଜରାଟର ଟ୍ରାଏଲ୍‌ କୋର୍ଟଙ୍କ ୧୭୦ ପୃଷ୍ଠା ସମ୍ବଳିତ ରାୟକୁ ଏଯାଏ ଅନୁବାଦ କରାଯାଇନାହିଁ। ଉକ୍ତ ରାୟକୁ ଉଚ୍ଚତର ଅଦାଲତରେ ଚ୍ୟାଲେଞ୍ଜ କରାଯିବ। ନ୍ୟାୟପାଳିକା ଉପରେ ଆମ ଭରସା ଅଛି। ଅନ୍ୟପକ୍ଷେ ରାହୁଲ ତାଙ୍କ ଅପିଲର ଶୁଣାଣି ନ ହେବା ଯାଏ ପାର୍ଲାମେଣ୍ଟକୁ ଯିବେ ନାହିଁ ବୋଲି କଂଗ୍ରେସ ସୂତ୍ରରୁ ପ୍ରକାଶ। ରାହୁଲ ସତ କହିଥିବାରୁ ସରକାର ତାଙ୍କୁ ଲୋକ ସଭାରୁ ଅଯୋଗ୍ୟ ଘୋଷଣା କରିବାକୁ ଚାହୁଁଥିବା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି।
କ’ଣ କହୁଛି ଆଇନ
ଲୋକ ପ୍ରତିନିଧି ଆଇନ, ୧୯୫୧ ଅନୁସାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟରେ ନିଜ ସଦସ୍ୟତା ହରାଇପାରନ୍ତି। ଉକ୍ତ ଆଇନର ଧାରା ୮(୩) ଅନୁଯାୟୀ ପାର୍ଲାମେଣ୍ଟର ଜଣେ ସଦସ୍ୟ ଅନୂ୍ୟନ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ହେଲେ ଦଣ୍ଡବିଧାନ ତାରିଖ ପରଠୁ ତାଙ୍କ ସଦସ୍ୟତା ରଦ୍ଦ ହେବ। କେବଳ ଏତିକି ନୁହେଁ, ସମ୍ପୃକ୍ତ ଏମ୍‌ପି ଜେଲରୁ ମୁକୁଳିବାର ୬ ବର୍ଷ ପର୍ଯ୍ୟନ୍ତ ତାଙ୍କ ଅଯୋଗ୍ୟତା ବଳବତ୍ତର ରହିବ। ତେବେ କୋର୍ଟଙ୍କ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ଏମ୍‌ପି ୩ ମାସ ମଧ୍ୟରେ ତଳ କୋର୍ଟ ରାୟକୁ ଉଚ୍ଚତର ଅଦାଲତରେ ଚ୍ୟାଲେଞ୍ଜ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri