Posted inଜାତୀୟ

ପୀଡ଼ିତଙ୍କୁ ଭେଟିଲେ ରାହୁଲ୍‌, ମୁଖ୍ୟମନ୍ତ୍ରୀଙ୍କୁ କ୍ଷତିପୂରଣ ଦେବାକୁ କଲେ ଦାବି

ନୂଆଦିଲ୍ଲୀ, ୫।୭: କଂଗ୍ରେସ ନେତା ତଥା ସଂସଦର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଲୋକସଭା ନିର୍ବାଚନ ପରେ ଏବେ ଲୋକଙ୍କ ସମସ୍ୟା ବୁଝିବା ନେଇ ଚର୍ଚ୍ଚାରେ ରହିଛନ୍ତି। ସରକାର ଗଠନ କରିନପାରିଲେ ମଧ୍ୟ କଂଗ୍ରେସ ହାତରେ ୯୯ ଏମ୍‌ପି ଆସନ ରହିଛି । ଦଳର ନେତା ଭାବରେ ସେ ଗୃହରେ ଶାସକ ଦଳକୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ୍‌ କରିଥିଲେ । ସଂସଦ ଅଧିବେସନ ସରିବା ପରେ ଏବେ ସେ ଲୋକଙ୍କ ଦୁଃଖ ବୁଝିବାକୁ ବାହାରିଥିବା ଦେଖିବାକୁ ମିଳୁଛି । ଗୁରୁବାର ଦିଲ୍ଲୀର ଜିଟିବି ନଗରରେ ଶ୍ରମିକ ମାନଙ୍କୁ ଭେଟିଥିଲେ । ଶୁକ୍ରବାର ହାଥରସ୍‌ ଘଟଣାରେ ପୀଡ଼ିତ ପରିବାରଙ୍କ ସହ ସେ ସାକ୍ଷାତ କରିଛନ୍ତି ।

ପ୍ରଥମେ ସେ ଆଲିଗଡ଼ର ପୀଡ଼ିତ ପରିବାରକୁ ଭେଟିଥିବା ବେଳେ ଏହାପରେ ସେ ହାଥରସ୍‌ ପୀଡ଼ିତ ପରିବାରଙ୍କୁ ଭେଟିଛନ୍ତି । ଏ ନେଇ ସେ କହିଛନ୍ତି ଯେ, ଏହା ବଡ଼ ଦୁଃଖର ବିଷୟ । ବହୁତ ପରିବାରର କ୍ଷତି ହୋଇଛି । ପ୍ରଶାସନର ଭୁଲରୁ ଏପରି ହୋଇଥିବା ସେ କହିଛନ୍ତି । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସେ ପୀଡ଼ିତ ପରିବାରଙ୍କୁ ଶୀଘ୍ର କ୍ଷତିପୂରଣ ଦେବାକୁ ସେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?