୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ଆସନ୍ତା ୨୮ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ଏହି ଦୁଇ ହେଭିଓ୍ବେଟ।

ରାଜ୍ୟର ପ୍ରଥମ ପର୍ଯ୍ୟାୟରେ ହେବାକୁଥିବା ୪ ଲୋକସଭା ଆସନରୁ ୨ ଲୋକସଭା ବ୍ରହ୍ମପୁର ଏବଂ ନବରଙ୍ଗପୁର ଆସନ ପାଇଁ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ଜେ.ପି ନଡ୍ଡା । ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧନ କରିବାକୁ ଥିବାବେଳେ ନବରଙ୍ଗପୁରରେ କାର୍ଯ୍ୟକର୍ତାଙ୍କ ସହ ଆଲୋଚନା କରିବେ ନଡ୍ଡା ।

ସେହିପରି ରବିବାର ସାଲେପୁରରେ ନିର୍ବାଚନୀ ସଭା କରିବା ସହ ରାଲି କରିବେ ରାହୁଲ ଗାନ୍ଧୀ । ରାହୁଲ ଗାନ୍ଧୀଙ୍କ ସଭାରେ ଉପକୂଳ ଜିଲା ୪ଟି ଲୋକ ସଭା, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଏବଂ ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ଅଞ୍ଚଳରୁ ବହୁ କଂଗ୍ରେସ କର୍ମୀ ଓ ସମର୍ଥକ ଯୋଗଦେବେ । ସେହିପରି ଉପକୂଳ ନେତା ଓ କର୍ମୀମାନଙ୍କୁ ଗୁରୁମନ୍ତ୍ର ଦେବେ ରାହୁଲ । ଏହି ଅବସରରେ ରାହୁଲ ଗାନ୍ଧୀ କଟକ ଜିଲା ସତ୍ୟଭାମାପୁର, ଉତ୍କଳ ଗୌରବ ମଧୁସୂଧନ ଦାସଙ୍କ ଜନ୍ମପୀଠରେ ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର।

Share