Posted inଜାତୀୟ

ରାଜୀବ ଗାନ୍ଧୀଙ୍କ ୮୦ ତମ ଜୟନ୍ତିରେ ବୀରଭୂମିରେ ଶ୍ରଦ୍ଧାଞ୍ଜଳି ଦେଲେ ରାହୁଲ

ନୂଆଦିଲ୍ଲୀ,୨୦।୮: ମଙ୍ଗଳବାର ଅଗଷ୍ଟ ୨୦ ହେଉଛି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୮୦ ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ଲୋକ ସଭାର ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ତାଙ୍କ ସ୍ବର୍ଗତ ପିତା ରାଜୀବ ଗାନ୍ଧୀଙ୍କ ସମାଧିସ୍ଥଳ ବୀର ଭୂମିରେ ପହଞ୍ଚିଥିଲେ। ସେଠାରେ ସେ ତାଙ୍କ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ସମୟରେ, ରବର୍ଟ ଭଦ୍ରା ଏବଂ ତାଙ୍କ ପୁଅମାନେ ମଧ୍ୟ ରାହୁଲ ଗାନ୍ଧୀଙ୍କ ସହିତ ନଜର ଆସିଥିଲେ। ଏହି ଅବସରରେ ତାଙ୍କ ସହ ବହୁ କଂଗ୍ରେସ ନେତା ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ପରେ ରାଜୀବ ଗାନ୍ଧୀ ୧୯୮୪ରେ କଂଗ୍ରେସ ଦଳର ଦାୟିତ୍ୱ ଗ୍ରହଣ କରିଥିଲେ। ସେ ଅକ୍ଟୋବର ୧୯୮୪ରେ ୪୦ବର୍ଷ ବୟସରେ ଭାରତର ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ୨ ଡିସେମ୍ବର ୧୯୮୯ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ୨୧ ମଇ ୧୯୯୧ରେ, ତାମିଲନାଡୁର ଶ୍ରୀପେରୁମ୍ବୁଦୁରରେ ଏକ ନିର୍ବାଚନ ରାଲିରେ ରାଜୀବ ଗାନ୍ଧୀଙ୍କୁ ତାମିଲ ଏଲାମ (LTTE) ର ଲିବରେସନ ଟାଇଗରର ଜଣେ ସଦସ୍ୟ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri