Posted inଜାତୀୟ

ମୋଦିଙ୍କୁ ପ୍ରଶଂସା କଲେ ରାହୁଲ, ଏକ୍ସରେ ପୋଷ୍ଟ କରି କହିଲେ, ଭଲ ନିଷ୍ପତ୍ତି…

ନୂଆଦିଲ୍ଲୀ,୧୦।୮: କେରଳର ୱାୟନାଡରେ ପ୍ରବଳ ବର୍ଷା ପରେ ଜୁଲାଇ ୩୦ରେ ଘଟିଥିବା ଭୂସ୍ଖଳନ ଘଟଣା ଅଞ୍ଚଳକୁ ଛାରଖାର କରିଦେଇଛି। ଏଥିରେ ୩୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଶହ ଶହ ଲୋକ ନିଖୋଜ ଅଛନ୍ତି। ଘର ନଷ୍ଟ ହୋଇଯାଇଛି। ଲୋକମାନେ କୌଣସି ପ୍ରକାରେ ନିଜ ପ୍ରିୟଜନ ମିଳିବା ଆଶାରେ ଦିନ ବିତାଉଛନ୍ତି। ଏନେଇ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂସ୍ଖଳନ ପ୍ରଭାବିତ ୱାୟନାଡ ପରିଦର୍ଶନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦ ସକାଳ ପ୍ରାୟ ୧୧ଟାରେ କନ୍ନୁରରେ ପହଞ୍ଚିବେ। ତେବେ ଏହାକୁ ନେଇ ଲୋକ ସଭାର ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମପି ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସୋସିଆଲ ମିଡିଆରେ ପ୍ରଶଂସା କରିଛନ୍ତି। ମୋଦିଙ୍କ ଗସ୍ତକୁ ନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟ କରି ରାହୁଲ କହିଛନ୍ତି, ମୋଦିଜୀ, ଏହି ଦୁଖଦ ଘଟଣା ସମ୍ପର୍କରେ ବ୍ୟକ୍ତିଗତ ଭାବେ ଜାଣିବା ପାଇଁ ୱାୟନାଡରେ ପହଞ୍ଚିଥିବାରୁ ଧନ୍ୟବାଦ। ଏହା ଏକ ଭଲ ନିଷ୍ପତ୍ତି।

ଉକ୍ତ ପୋଷ୍ଟରେ ରାହୁଲ ଗାନ୍ଧୀ ଆହୁରି କହିଛନ୍ତି, ମୁଁ ନିଶ୍ଚିତ ଯେ ଯେତେବେଳେ ପ୍ରଧାନମନ୍ତ୍ରୀ ବିନାଶର ମାତ୍ରା ଦେଖିବେ, ସେତେବେଳେ ସେ ଏହାକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରିବେ। କହିରଖୁଛୁ ଯେ, ଏହି ଯାତ୍ରା ସମୟରେ ପିଏମ ମୋଦି ରିଲିଫ କ୍ୟାମ୍ପ ଏବଂ ଡାକ୍ତରଖାନା ପରିଦର୍ଶନ କରିବେ। ସେଠାରେ ସେ ଭୂସ୍ଖଳନରେ ପୀଡିତ ଏବଂ ଆହତ ଲୋକଙ୍କୁ ଭେଟିବେ। ଏହା ସହିତ ସେ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri